Posted inଖେଳ

ପ୍ରଥମ ଟି୨୦ ଜିତିଲା ଭାରତ

ପାଲେକେଲ୍‌,୨୭ା୭(ପି.ଟି.): ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌କୁ ୪୩ ରନ୍‌ରେ ଜିତି ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୩ ରନ୍‌ କରିଥିଲା। ଜବାବରେ ଖବର ପ୍ରସ୍ତୁତି ସୁଦ୍ଧା ଶ୍ରୀଲଙ୍କା ୧୯.୨ ଓଭରରେ ସମସ୍ତ ଉଇକେଟ ହରାଇ ୧୭୦ ରନ୍‌ କରିଥିଲା।

ଟସ୍‌ ହାରି ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ଶୁବମନ ଗିଲ୍‌ (୪୦) ଓ ଯଶସ୍ବୀ ଜୟସ୍ବାଲ(୩୪) ଓପନ କରି ପ୍ରଥମ ଉଇକେଟରେ ୭୪ ରନ୍‌ ଯୋଡିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦ୍ରୁତ ଅର୍ଦ୍ଧଶତକ ହାସଲ କରିବା ସହ ୨୬ ବଲ୍‌ ଖେଳି ସୂର୍ଯ୍ୟକୁମାର ୮ ଚୌକା ଓ ୨ ଛକା ସହ ୫୮ ରନ୍‌ କରିଥିଲା। ଅନ୍ୟ ମାନଙ୍କ ମଧ୍ୟରେ ରିଷଭ ପନ୍ତ ୪୯ ରନ୍‌ କରିଥିଲେ। ଶ୍ରୀଲଙ୍କା ପକ୍ଷରୁ ମଥିଷା ପଥିରାନା ଚମତ୍କାର ବୋଲିଂ କରି ୪୦ ରନ୍‌ ଦେଇ ୪ ଉଇକେଟ ନେଇଥିଲେ।

୨୧୪ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଶ୍ରୀଲଙ୍କା ପକ୍ଷରୁ ଦୁଇ ଓପନର ପାଥୁମ ନିଶଙ୍କା(୭୯) ଓ କୁଶଲ ମେଣ୍ଡିସ(୪୫) ପ୍ରଥମ ଉଇକେଟରେ ୮୪ ରନ୍‌ ଯୋଡିଥିଲେ। ଉଭୟ ଖେଳାଳି ୧୦ ଆଭରେଜରେ ରନ୍‌ ସ୍କୋର କରିଥିଲେ। ଉଭୟ ଖେଳାଳି ଆଉଟ ହେବା ପରେ ଶେଷ ୯ ଉଇକେଟ ମାତ୍ର ୩୦ ରନ୍‌ ମଧ୍ୟରେ ହରାଇଥିଲା ଶ୍ରୀଲଙ୍କା। ଅନ୍ୟ ମାନଙ୍କ ମଧ୍ୟରେ କୁଶଲ ପରେରା ୨୦ ଓ କାମିନ୍ଦୁ ମେଣ୍ଡିସ ୧୨ ରନ୍‌ କରିଥିଲେ। ଭାରତ ପକ୍ଷରୁ ରିୟାନ ପରାଗ ୩, ଅକ୍ଷର ପଟେଲ,ଅର୍ଶଦୀପ ସିଂ ଦୁଇଟି ଲେଖାଏ ଓ ମହମ୍ମଦ ସିରାଜ, ରବି ବିଷ୍ଣୋଇ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri