Posted inଖେଳ

ଲଡର୍‌ସ ଟେଷ୍ଟ ଜିତିଲା ଇଣ୍ଡିଆ

ଲଡର୍‌ସ,୧୬।୮: ପ୍ରଥମ ଟେଷ୍ଟରେ ବର୍ଷା ଇଂଲଣ୍ଡକୁ ବଞ୍ଚାଇ ଦେଇଥିଲା। କିନ୍ତୁ କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୧ ରନ୍‌ରେ ହରାଇ ଦେଇଛି।

୨୭୨ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଘରୋଇ ଦଳ ୫୧.୫ ଓଭରରେ ୧୨୦ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଏକଦା ୬୭ ରନ୍‌ରେ ୫ଟି ଏବଂ ୯୦ ରନ୍‌ରେ ୭ମ ଉଇକେଟ ହରାଇ ଇଂଲଣ୍ଡ ବିପଦରେ ପଡ଼ିଥିଲେ ହେଁ ଜୋସ ବଟଲର ଲଢ଼େଇ କରି ଭାରତ ବିଜୟକୁ ବିଳମ୍ବିତ କରିଥିଲେ। ତେବେ ବଟଲର ୯୬ ବଲ୍‌ରୁ ୨୫ ରନ୍‌ କରି ଆଉଟ ହେବାସହ ଭାରତ ବିଜୟ ଏକପ୍ରକାର ନିଶ୍ଚିତ ହୋଇଥିଲା। ଏହି ଟେଷ୍ଟରେ ବିଜୟ ସହ ଭାରତ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ଭାରତ ପ୍ରଥମ ଇନିଂସରେ ୩୬୪ ରନ୍‌ କରିଥିବା ବେଳେ ଇଂଲଣ୍ଡ ୩୯୧ ରନ ସ୍କୋର କରି ଅଗ୍ରଣୀ ହାସଲ କରିଥିଲା। ଭାରତ ଏହାର ଦ୍ୱିତୀୟ ଇନିଂସକୁ ୨୯୮/୮ରେ ଘୋଷଣା କରିଥିଲା। ଭାରତ ପକ୍ଷରୁ ମହମ୍ମଦ ସିରାଜ ୪ଟି, ଯଶପ୍ରୀତ୍‌ ବୁମରା ୩ଟି, ଈଶାନ୍ତ ଶର୍ମା ୨ଟି ଓ ମହମ୍ମଦ ସାମି ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri