Posted inଖେଳ

୪୮ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର ବା ମର’ ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଭାରତ। ତେବେ ଦୁଇ ଓପ୍‌ନରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପଯୋଗୀ ଇନିଂସ ଯୋଗୁ ଦଳ ୧୮୦ ରନ୍‌ର ଟାର୍ଗେଟ ଦେଇଥିଲା। ହେଲେ ଦକ୍ଷିଣ ଆଫ୍ରିକା ଟିମ୍‌ ୧୯.୧ ଓଭରରେ ୧୩୧ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ଫଳରେ ମ୍ୟାଚ୍‌କୁ ୪୮ ରନ୍‌ରେ ଜିତିନେଇଛି ଭାରତୀୟ ଟିମ୍‌। ଏଥିଯୋଗୁ ସିରିଜ୍‌ ଏବେ ୨-୧ ସ୍ଥିତିରେ ରହିଛି।

ପ୍ରକାଶ ଯେ, ଦକ୍ଷିଣ ଆଫ୍ରିକା ବିପକ୍ଷ ପୂର୍ବ ଦୁଇ ଟି୨୦ରେ ଟିମ୍‌ ଇଣ୍ଡିଆକୁ ପରାଜିତ ହେବାକୁ ପଡ଼ିଥିଲା। ଏଣୁ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ ‘କର ବା ମର’ ମ୍ୟାଚ୍‌ ଭାରତ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ଭାରତୀୟ ଟିମ୍‌ରୁ ଋତୁରାଜ ଗାଏକଓ୍ବାଡ ଏବଂ ଈଶାନ କିଶନ ଯଥାକ୍ରମେ ୫୭ ଏବଂ ୫୪ ରନ୍‌ କରିଥିଲେ। ସେହିଭଳି ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୩୧ ରନ୍‌ କରିଥିଲେ। ପରେ ବୋଲର୍‌ ମାନଙ୍କ ପ୍ରଭାବି ବୋଲିଂ ଯୋଗୁ ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକାର ସମସ୍ତ ଉଇକେଟ ନେବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri