Posted inଖେଳ

ଜୟସ୍ବାଲ-ଶିବମଙ୍କ ଅର୍ଦ୍ଧଶତକ: ଭାରତର ଜବରଦସ୍ତ ବିଜୟ

ଇନ୍ଦୋର,୧୪।୧: ଦ୍ୱିତୀୟ ଟି-୨୦ରେ ଭାରତ ଆଫଗାନିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଫଗାନିସ୍ତାନ ଦଳ ୨୦ ଓଭରରେ ୧୭୨ ରନରେ ଅଲଆଉଟ୍‌ ହୋଇଥିଲା। ଏହାର ଜବାବରେ ଭାରତ ୧୫.୪ ଓଭରରେ ଚାରି ଉଇକେଟ ହରାଇ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲା। ସିରିଜର ତୃତୀୟ ତଥା ଶେଷ ମ୍ୟାଚ ଜାନୁଆରୀ ୧୭ରେ ବେଙ୍ଗାଲୁରୁରେ ଖେଳାଯିବ।
ଯଶସ୍ବୀ ଜୟସ୍ବାଲ ଏବଂ ଶିବମ ଦୁବେ ଟିମ ଇଣ୍ଡିଆ ପାଇଁ ଅର୍ଦ୍ଧଶତକୀୟ ଇନିଂସ ଖେଳିଲେ। ଯଶସ୍ବୀ ସର୍ବାଧିକ ୬୮ ରନ ସ୍କୋର କରିଥିଲେ। ଶିବମ ଦୁବେ ୩୨ ବଲ୍‌ରେ ଅପରାଜିତ ୬୩ ରନ ସଂଗ୍ରହ କରିଥିଲେ।
ବିରାଟ କୋହଲି ୧୪ ମାସ ପରେ ଫେରି ୧୬ ବଲରେ ୨୯ ରନ ସଂଗ୍ରହ କରିଥିଲେ। ରୋହିତ ଶର୍ମା ଏବଂ ଜିତେଶ ଶର୍ମା ଖାତା ଖୋଲିପାରି ନ ଥିଲେ। ରିଙ୍କୁ ସିଂ ୯ ରନ୍‌ରେ ଅପରାଜିତ ରହିଥିଲେ। କରିମ ଜନତ ଆଫଗାନିସ୍ତାନ ପାଇଁ ଦୁଇଟି ଉଇକେଟ ନେଇଥିଲେ। ଫଜଲହକ ଫାରୁକି ଏବଂ ନବୀନ ଉଲ ହକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri