Posted inଖେଳ

ସିରିଜ ଜିତିଲା ଭାରତ…

ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ର଼୍ୟାଙ୍ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ଟିମ ଶ୍ରୀଲଙ୍କା ଅଧିନାୟକ ଦାସନୁ ଶାନାକାଙ୍କ ନେତୃତ୍ୱରେ ବୋଲିଂ କରିଥିବାବେଳେ ଭାରତୀୟ ବ୍ୟାଟସମ୍ୟାନଙ୍କୁ ଅଟକାଇବାରେ ବିଫଳ ରହିଥିଲେ।
ଭାରତ ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୨୨୮ ରନ କରିଥିଲା। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ  ୨୨୯ ରନ ରହିଥିଲା। ଶ୍ରୀଲଙ୍କା ଦଳ ଧାର୍ଯ୍ୟ ୧୬.୪ ଓଭରରେ ସମସ୍ତ ଓ୍ବିକେଟ ହରାଇ ୧୩୭ ରନ କରିଥିଲା।

ଭାରତ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ବ୍ୟାଟିଂ କରି ୫୧ ବଲରେ ୧୧୨ ରନ କରି ଅପରାଜିତ ରହିଥିଲେ। ଅକ୍ଷର ପଟେଲ ୯ ବଲରେ ୨୧ ରନ କରି ଅପରାଜିତ ରହିଥିଲେ ସେହିପରି ଶୁଭମାନ ଗିଲ୍‌ ୩୬ ବଲରେ ୪୬ ରନ, ରାହୁଲ ତ୍ରିପାଠି ୧୬ ବଲରେ ୩୫ ରନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri