Posted inଖେଳ

ପରାଜୟ ସତ୍ତ୍ୱେ ସିରିଜ୍‌ ଜିତିଲା ଭାରତ

ବର୍ମିଂହାମ,୧୩ା୭: ଇଂଲଣ୍ଡ ବିପକ୍ଷରେ ଏକ ଐତିହାସିକ ଟି୨୦ ସିରିଜ୍‌ ଜିତିଥିବା ଭାରତୀୟ ଦଳ ଅନ୍ତିମ ମ୍ୟାଚ୍‌ରେ ପରାଜିତ ହୋଇଛି। ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ୩-୨ରେ ଶେଷ ହୋଇଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୬୮ ରନର ବିଜୟ ଲକ୍ଷ୍ୟକୁ ଇଂଲଣ୍ଡ ଅନ୍ତିମ ବଲରେ ହାସଲ କରି ନେଇଥିଲା। ଚାର୍ଲି ଡିନଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ପୂରା ସିରିଜ୍‌ରେ ସର୍ବାଧିକ ଉଇକେଟ ନେବା ପାଇଁ ଶ୍ରୀ ଚରନୀ ପ୍ଲେୟର ଅଫ୍‌ ସିରିଜ୍‌ ବିବେଚିତ ହୋଇଛନ୍ତି।

ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୬୭ ରନ କରିଥିଲା। ଦଳ ପକ୍ଷରୁ ସେଫାଳୀ ବର୍ମା ୪୧ ବଲରେ ୧୩ ଚୌକା ଓ ୧ ଛକା ସହିତ ସର୍ବାଧିକ ୭୫ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିଚା ଘୋଷ ୨୪, ଅଧିନାୟିକା ହରମନପ୍ରୀତ କୌର ୧୫ ଓ ରାଧା ଯାଦବ ୧୪ ରନ କରିଥିଲେ। ଇଂଲଣ୍ଡ ପାଇଁ ଚାର୍ଲି ୩ ଓ ସୋଫି ଏକଲେଷ୍ଟୋନ ୨ ଉଇକେଟ ନେଇଥିଲେ।

ଜବାବରେ ଇଂଲଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୬୮ ରନ କରି ମ୍ୟାଚ୍‌ ଜିତି ନେଇଥିଲା। ଦଳ ଲାଗି ଡାନିଏଲ ଓ୍ବେଟ-ହଜ ୫୬, ସୋଫିଆ ଡଙ୍କଲି ୪୬ ଓ ଅଧିନାୟିକା ଟାମି ବେଉମଣ୍ଟ ୩୦ ରନ କରିଥିଲେ। ଭାରତ ପାଇଁ ବୋଲିଂରେ ଦୀପ୍ତି ଶର୍ମା ଓ ଅରୁନ୍ଧତି ରେଡ୍ଡୀ ୨ଟି ଲେଖାଏ ଉଇକେଟ ଅକ୍ତଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri