Categories: ଖେଳ

ଟସ୍‌ ଜିତିଲା ଭାରତ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ ଦଳରେ ତିନି ଜଣ ସ୍ପିନର ଏବଂ ଦୁଇ ଦ୍ରୁତ ବୋଲର ମ୍ୟାଚ୍‌ରେ ନେଇଛନ୍ତି। ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ ଶ୍ରେୟାଶ ଆୟାର ଡେବ୍ୟୁ କରୁଛନ୍ତି।
ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।

Share