Posted inଖେଳ

ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଦୁବାଇ,୨୮।୮: ଏସିଆ କପ୍‌ ୧୫ତମ ସିଜିନ୍‌ରେ ଭାରତ ତାର ତାର ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ ଚିରପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଭେଟୁଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ବିରାଟ କୋହଲି, ରୋହିତ ଶର୍ମା, ଭୁବନେଶ୍ୱର କୁମାର, ଦୀନେଶ କାର୍ତ୍ତିକଙ୍କ ଭଳି ମହାନ ଖେଳାଳି ଅଛନ୍ତି। ଏଥି ସହିତ ପାକିସ୍ତାନୀ ଦଳ ମଧ୍ୟ ବାବର ଆଜମ, ମହମ୍ମଦ ରିଜୱାନ, ହରିସ ରୌଫଙ୍କ ଭଳି ତାରକାଙ୍କ ଦ୍ୱାରା ସଜ୍ଜିତ ହୋଇଛି। ଏଭଳି ପରିସ୍ଥିତିରେ ଉଭୟ ଦଳ ମଧ୍ୟରେ କଡ଼ା ପ୍ରତିଯୋଗିତା ହେବ। ରିଷଭ ପନ୍ତ, ଆର୍‌ ଅଶ୍ୱିନ, ରବି ବିଷ୍ଣୋଇ ଏବଂ ଦୀପକ ହୁଡା ଖେଳୁଥିବା ଏକାଦଶରେ ସ୍ଥାନ ପାଇ ନାହାଁନ୍ତି।
ଏସିଆ କପରେ ଦୁଇ ଦଳ ମଧ୍ୟରେ ଏହା ୧୫ତମ ମ୍ୟାଚ ହେବ। ପୂର୍ବ ୧୪ଟି ମ୍ୟାଚରେ ଆଠଟି ମ୍ୟାଚ ଭାରତ ଏବଂ ପାଞ୍ଚଟି ପାକିସ୍ତାନ ଜିତିଛି। ବର୍ଷା ହେତୁ ଗୋଟିଏ ମ୍ୟାଚ ଧୋଇ ଯାଇଥିଲା। ୨୦୧୨ରେ ଏହି ଟୁର୍ନାମେଣ୍ଟରେ ଭାରତ ଶେଷ ଥର ପାଇଁ ପାକିସ୍ତାନକୁ ହରାଇଥିଲା।
ଏହାପୂର୍ବରୁ, ଟି-୨୦ ବିଶ୍ୱକପ ୨୦୨୧ରେ ଉଭୟ ଦଳ ଶେଷଥର ପାଇଁ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଏକାଠି ହୋଇଥିଲେ। ସେହି ମ୍ୟାଚରେ ପାକିସ୍ତାନ ଦଳ ଜିତିଥିଲା। ଏଭଳି ପରିସ୍ଥିତିରେ ଭାରତକୁ ସେହି ପରାଜୟର ପ୍ରତିଶୋଧ ନେବାକୁ ସୁଯୋଗ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri