Posted inଜାତୀୟ

ଏଲ୍‌ଏସିରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ: ସିଡିଏସ୍‌

ନୂଆଦିଲ୍ଲୀ,୬ ।୧୧: ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନରାଲ ବିପିନ ରାୱତ ଶୁକ୍ରବାର କହିଛନ୍ତି ପୂର୍ବ ଲଦ୍ଦାଖରେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ନିକଟରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସେ ଆହୁରି ମଧ୍ୟ କହିଛନ୍ତି ଜମ୍ମୁ-କଶ୍ମୀରରେ ପାକିସ୍ତାନ ଲଗାତାର ଛାୟା ଯୁଦ୍ଧ ଓ ଭାରତ ବିରୋଧରେ ଘୃଣ୍ୟ ବୟାନବାଜି ଯୋଗୁ ଭାରତ-ପାକିସ୍ତାନର ସମ୍ପର୍କ ଖରାପ ହେବାରେ ଲାଗିଛି । ନ୍ୟାଶନାଲ ଡିଫେନ୍ସ କଲେଜ ଦ୍ୱାରା ଆୟୋଜିତ ଡାଇମଣ୍ଡ ଜୁବଲି, ୨୦୨୦ରେ ସେ ଏହା କହିଛନ୍ତି । ରାୱତ ଆହୁରି ମଧ୍ୟ ଚାଇନାକୁ ଚେତାବନି ଦେବା ଭଳି କହିଛନ୍ତି ଏଲ୍‌ଏସିରେ କୌଣସି ପରିବର୍ତ୍ତନକୁ ଭାରତ ବରଦାସ୍ତ କରିବ ନାହିଁ । ପୂର୍ବ ଲଦ୍ଦାଖରେ ଏଲ୍‌ଏସିରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ଯେ କୌଣସି ସମୟରେ ସଂଘର୍ଷକୁ ଏଡାଇ ଦିଆଯାଇ ନ ପାରେ । ସୂଚନାଯୋଗ୍ୟ, ସେଠାରେ ହାଡଭଙ୍ଗା ଥଣ୍ଡାରେ ବି ଯେ କୌଣସି ପରିସ୍ଥିତିର ସାମ୍ନା କରିବାକୁ ଦେଶର ପ୍ରାୟ ୫୦ ହଜାର ବୀର ଯବାନ ମୁତୟନ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri