Posted inଜାତୀୟ

‘ତୁମେ ଶକ୍ତି ସ୍ବରୂପା’; ଜାଣନ୍ତୁ କାହିଁକି ଏହି ଭାଜପା ପ୍ରାର୍ଥୀଙ୍କୁ ଏଭଳି କହି ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଶ୍ଚିମବଙ୍ଗ ବସିରହାଟରୁ ଭାଜପା ପ୍ରାର୍ଥୀ ତଥା ସନ୍ଦେଶଖାଲି ପୀଡ଼ିତା ରେଖା ପାତ୍ରଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ରେଖାଙ୍କୁ ଶକ୍ତି ସ୍ବରୂପା ବୋଲି କହିଛନ୍ତି। ଏଥିସହ ତାଙ୍କର ପ୍ରଚାର ପ୍ରସ୍ତୁତି, ଲୋକଙ୍କ ମଧ୍ୟରେ ଭାଜପାକୁ ସମର୍ଥନ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି। ଅପରପକ୍ଷେ ରେଖା ସନ୍ଦେଶଖାଲିର ମହିଳାମାନେ ସମ୍ମୁଖୀନ ହେଉଥିବା ଅସୁବିଧା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ରେ ପଚାରିଥିଲେ, ଆପଣ ଏକ ବଡ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି, ଏହି ସମୟରେ ଆପଣ କିପରି ଅନୁଭବ କରୁଛନ୍ତି? ଏହାର ଉତ୍ତରରେ ରେଖା କହିଛନ୍ତି ଯେ ବହୁତ ଖୁସି ଲାଗୁଛି। ଆପଣଙ୍କ ହାତ ମୋ ସହ ସନ୍ଦେଶଖାଲିର ଲୋକଙ୍କ ମ ମୁଣ୍ଡରେ ରହିଛି। ଆପଣ ଆମ ପାଇଁ ଭଗବାନଙ୍କ ପରି। ଲାଗୁଛି ପ୍ରଭୁ ରାମ ଆମ ସହିତ ଅଛନ୍ତି ଏବଂ ତାଙ୍କ ହାତ ଆମ ମୁଣ୍ଡରେ ଅଛି। ଟିକେଟ ଦେଇଥିବାରୁ ରେଖା ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏହା ପରେ ମା’ ଏବଂ ଭଉଣୀମାନଙ୍କ ହାତ ମୋ ମୁଣ୍ଡରେ ଅଛି। ଏହାଛଡ଼ା ମୁଁ ତୁମର ବାର୍ତ୍ତା ପାଇଥିଲି। ଭାଜପା କର୍ମୀଙ୍କ ସହ କଥାବାର୍ତ୍ତା ଜାରି ରଖିବାକୁ ଯଥାସମ୍ଭବ ଚେଷ୍ଟା କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri