Posted inଜାତୀୟ

ଭାରତୀୟ ବାୟୁସେନାର ୯୦ତମ ପ୍ରତିଷ୍ଠା ଦିବସ, ଚଣ୍ଡିଗଡ଼ରେ ଦେଖାଯିବ ବାୟୁବୀରଙ୍କ ଶକ୍ତି

ଚଣ୍ଡିଗଡ଼,୮ ।୧୦: ଭାରତୀୟ ବାୟୁସେନା ଶନିବାର ତା’ର ୯୦ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରଥମଥର ଲାଗି କୌଣସି ଏୟାର ବେସ ବାହାରେ ଚଣ୍ଡିଗଡ଼ର ସୁପ୍ରସିଦ୍ଧ ସୁଖନା ଲେକର ଆକାଶରେ ବାୟୁସେନାର ଶକ୍ତି ଦେଖିବାକୁ ମିଳିବ, ଯାହାର ଗର୍ଜନ ଚାଇନାଠରୁ ପାକିସ୍ତାନ ସୀମା ପର୍ଯ୍ୟନ୍ତ ଶୁଣାଯିବ । ଏହି ସମୟରେ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବି ଉପସ୍ଥିତ ରହିବେ ।
ଚଳିତ ବର୍ଷ ବାୟୁସେନା ଦିବସକୁ ଦୁଇ ଭାଗରେ ବାଣ୍ଟି ଦିଆଯାଇଛି । ଶନିବାର ସକାଳେ ଚଣ୍ଡିଗଡ଼ ଏୟାର ବେସରେ ପରେଡର ଆୟୋଜନ କରାଯାଇଛି । ଏହି ସମୟରେ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶଲ ବି ଆର ଚୌଧୁରୀ ପରେଡରେ ସଲାମି ନେବେ ଓ ବାୟୁସୈନିକଙ୍କୁ ସମ୍ବୋଧନ ଦେବେ । ଏହି ଅବସରରେ ଏୟାର ବେସ ଉପରେ ହେଲିକପ୍ଟରର ଦୁଇଟି ଫୋର୍ମେଶନର ଫ୍ଲାଇ ପାଷ୍ଟ ହେବ । ଏହାବ୍ୟତୀତ ବାୟୁସେନାଙ୍କୁ ବୀରତା ମେଡାଲ ପ୍ରଦାନ କରାଯିବ । ଏହି ଅବସରରେ ବାୟୁସେନା ଅଧ୍ୟକ୍ଷ ଏୟାର ଫୋର୍ସର ନୂଆ କଂମ୍ବେଟ ୟୁନିଫର୍ମ ବି ଜାରି କରିବେ ।
ସୂଚନାଯୋଗ୍ୟ, ଆଜି ପର୍ଯ୍ୟନ୍ତ ବାୟୁସେନା ଦିବସର ପରେଡ ଓ ଫ୍ଲାଇ ପାଷ୍ଟ ଦିଲ୍ଲୀକୁ ଲାଗି ରହିଥିବା ହିଂଡନ ଏୟାର ବେସରେ ହେଉଥିଲା । ହେଲେ ଚଳିତ ବର୍ଷ ଏହା ଏହାର ବେସ ବାହାରେ କରିବାର ନିଷ୍ପତ୍ତି ନିଆଯାଇଥିଲା । ଚଳିତ ବର୍ଷ ଏହା ଚଣ୍ଡିଗଡ଼ର ସୁଖନା ଲେକ ଉପରେ ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?