Posted inଜାତୀୟ

ଏଲଓସି ନିକଟରେ ଏୟାରବେସ ନିର୍ମାଣ କରିବ ଭାରତୀୟ ବାୟୁସେନା…

ଗାନ୍ଧିନଗର,୧୯।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧିନଗରରେ ପ୍ରତିରକ୍ଷା ଏକ୍ସପୋ-୨୦୨୨ର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଭାରତ-ପାକିସ୍ତାନ ସୀମା ଏଲଓସି ନିକଟରେ ଥିବା ଦିସା ଠାରେ ଏକ ନୂତନ ଏୟାରବେସର ମୂଳଦୁଆ ପକାଇଛନ୍ତି। ସେ କହିଛନ୍ତି ଯେ ଏହି ନୂତନ ଏୟାରବେସ ଦେଶର ସୁରକ୍ଷା ପାଇଁ ଏକ ପ୍ରଭାବଶାଳୀ କେନ୍ଦ୍ର ଭାବରେ ଉଭା ହେବ। ଏଥି ସହିତ ଗୁଜରାଟ ଭାରତର ପ୍ରତିରକ୍ଷା କେନ୍ଦ୍ରରେ ପରିଣତ ହେବ ଏବଂ ଭାରତର ସୁରକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏହି ଏୟାରଫିଲ୍ଡ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ। ଦିସା ଅନ୍ତର୍ଜାତୀୟ ସୀମାଠାରୁ ମାତ୍ର ୧୩୦ କିଲୋମିଟର ଦୂରରେ। ବାୟୁସେନା ପଶ୍ଚିମ ଦିଗରୁ ଆସୁଥିବା କୌଣସି ବିପଦକୁ ଭଲ ଭାବରେ ଜବାବ ଦେବାରେ ସକ୍ଷମ ହେବ। ତେବେ ସେ ପାକିସ୍ତାନର ନାମ ନେଇ ନାହାନ୍ତି।

ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ପ୍ରଥମ ପ୍ରତିରକ୍ଷା ଏକ୍ସପୋ ଯେଉଁଥିରେ କେବଳ ଭାରତୀୟ କମ୍ପାନୀ ଅଂଶଗ୍ରହଣ କରୁଛନ୍ତି। ସେ କହିଛନ୍ତି ଯେ ମୁକ୍ତ ବାଣିଜ୍ୟ ତଥା ଅନ୍ତର୍ଜାତୀୟ ନିରାପତ୍ତା ପାଇଁ ସାମୁଦ୍ରିକ ସୁରକ୍ଷା ଆଜି ବିଶ୍ୱର ପ୍ରାଥମିକତା ପାଲଟିଛି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ ଆଠ ବର୍ଷ ମଧ୍ୟରେ ଭାରତୀୟ ପ୍ରତିରକ୍ଷା ସାମଗ୍ରୀର ରପ୍ତାନି ଆଠ ଗୁଣା ବୃଦ୍ଧି ପାଇଛି। ପ୍ରତିରକ୍ଷା ବାହିନୀ ୧୦୧ ସାମଗ୍ରୀଗୁଡିକର ଏକ ତାଲିକା ପ୍ରଦାନ କରିବ ଯାହାର ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯିବ। ୪୧୧ଟି ପ୍ରତିରକ୍ଷା ଉପକରଣ ଏବେ ଭାରତରେ ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri