ନୂଆ ଇନିଂସ ଆରମ୍ଭ କଲେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିକଟ ଅତିତରେ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରୁ ସନ୍ୟାସ ଘୋଷଣା କରିଥିଲେ। ଏବେ ସେ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଏହି କ୍ରିକେଟର ଏବେ ରାଜନୀତି ଦୁନିଆରେ ନିଜର କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ଜାଡେଜା ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ର ସଦସ୍ୟତା ଗ୍ରହଣ କରିଛନ୍ତି। ଜାମନଗର ବିଧାୟିକା ତଥା ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ଜାଡେଜା ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି।

ପୂର୍ବରୁ ଜାଡେଜାଙ୍କୁ ତାଙ୍କ ପତ୍ନୀ ରିବାବା ଜାଡେଜାଙ୍କ ସହ ଅନେକ ଥର ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ଅନେକ ରୋଡ ଶୋ’ରେ ମଧ୍ୟ ଦେଖିବାକୁ ମିଳିଥିଲା । ଏବେ ସେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ରିବାବା ଜାଡେଜା ଏକ୍ସରେ ଏହା ପ୍ରକାଶ କରିଛନ୍ତି । ଚଳିତ ମାସରେ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଜାଡେଜା ଖେଳୁଥିବା ଦେଖିବାକୁ ମିଳିବ। ସେ ଶେଷ ଥର ପାଇଁ ଟି -୨୦ ବିଶ୍ୱକପ ୨୦୨୪ଖେଳିଥିଲେ। ଏଥିରେ ଭାରତ ବିଶ୍ୱକପ ଜିତିଥିଲା। ଏହା ପରେ ଜାଡେଜା ଏହି ଫର୍ମାଟରୁ ବିଦାୟ ନେଇଥିଲେ।
ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଅଲରାଉଣ୍ଡରଙ୍କ ପ୍ରଦର୍ଶନ ବିଷୟରେ କହିଲେ, ସେ ନିଜ କ୍ୟାରିୟରରେ ୭୪ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୪୧ ଇନିଂସରେ ୫୧୫ ରନ ସଂଗ୍ରହ କରିଥିଲେ। ଏହି ଫର୍ମାଟରେ ଜାଡେଜା ହାରାହାରି ୨୯.୮୫ ଏବଂ ୭.୧୩ର ଇକୋମିରେ ୫୪ୱିକେଟ ନେଇଛନ୍ତି।
ଜାଡେଜା ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ୧୯୭ ଟି ଏକ ଦିବସୀୟ ଖେଳିଛନ୍ତି। ଏହି ସମୟମଧ୍ୟରେ ସେ ୧୩୨ଇନିଂସରେ ୨୭୫୬ ରନ ସଂଗ୍ରହ କରିଛନ୍ତି । ଜାଡେଜା ଏକ ଦିବସୀୟରେ ୧୩ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ଏହି ଫର୍ମାଟରେ କୌଣସି ଶତକ ସ୍କୋର କରିନାହାଁନ୍ତି। ଏହା ବ୍ୟତୀତ ଜାଡେଜା ୧୮୯ରନରେ ୨୨୦ ୱିକେଟ ନେଇଛନ୍ତି। ୫/୩୩ ହେଉଛି ଏକ ଦିବସୀୟରେ ତାଙ୍କର ସର୍ବୋତ୍ତମ ବୋଲିଂ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri