ଖଲିସ୍ତାନିଙ୍କ ଦୁଃସାହସ: ସ୍କଟଲ୍ୟାଣ୍ଡରେ ଗୁରୁଦ୍ୱାର ଯାଉଥିବା ଭାରତୀୟ ହାଇ କମିଶନଙ୍କୁ ଅଟକାଇଲେ

ଲଣ୍ଡନ,୩୦।୯: ସ୍କଟଲ୍ୟାଣ୍ଡରେ ଭାରତୀୟ ହାଇ କମିଶନରଙ୍କୁ ଅଟକାଇ ଦିଆଯିବା ଖବର ସାମ୍ନାକୁ ଆସୁଛି। କୁହାଯାଉଛି ଯେ ଖାଲିସ୍ତାନ ସମର୍ଥକମାନେ ଏଭଳି ଦୁଃସାହସ କରିଛନ୍ତି। ବ୍ରିଟେନର ଭାରତର ହାଇ କମିଶନର ବିକ୍ରମ ଡୋରେଇସ୍ବାମୀଙ୍କ ସହ ଏହି ଘଟଣା ଘଟିଛି। ସେ ଯେତେବେଳେ ଗୁରୁଦ୍ୱାରକୁ ଯାଉଥିଲେ ତାଙ୍କୁ କିଛି ଖାଲିସ୍ତାନ ସମର୍ଥକ ଅଟକାଇଥିଲେ। ସେ ତାଙ୍କ କାରରେ ଥିଲେ। ସେ କାରରୁ ଓହ୍ଲାଇବାକୁ ଚେଷ୍ଟା କରିବା ମାତ୍ରେ କିଛି ଲୋକ କାରର କବାଟ ଧରିଥିଲେ ଏବଂ ତାଙ୍କୁ ଓହ୍ଲାଇବାକୁ ମଧ୍ୟ ଦେଇ ନ ଥିଲେ।
ଏଥର ବ୍ରିଟେନର ମୌଳବାଦୀ ଖାଲିସ୍ତାନୀ ସମର୍ଥକମାନେ ସମସ୍ତ ସୀମା ଅତିକ୍ରମ କଲେ। ଖାଲିସ୍ତାନୀ ସମର୍ଥକଙ୍କ ଏକ ଦଳ ଶୁକ୍ରବାର ବ୍ରିଟେନର ଭାରତୀୟ ହାଇ କମିଶନର ବିକ୍ରମ ଡୋରେଇସ୍ବାମୀଙ୍କୁ ସ୍କଟଲ୍ୟାଣ୍ଡର ଗୁରୁଦ୍ୱାରରେ ପ୍ରବେଶ କରିବାକୁ ଅଟକାଇଥିଲେ। ସୂଚନାନୁସାରେ, ଖଲିସ୍ତାନ ସମର୍ଥକମାନେ ସୂଚନା ପାଇଥିଲେ ଯେ ଆଲବର୍ଟ ଡ୍ରାଇଭରେ ଗ୍ଲାସଗୋ ଗୁରୁଦ୍ୱାରର ଗୁରୁଦ୍ୱାର କମିଟି ସହିତ ଡୋରେଇସ୍ବାମୀ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସେ ଏଠାରେ ପହଞ୍ଚିବା ପରେ କିଛି ଲୋକ ତାଙ୍କ କାରକୁ ଘେରି ରହିଥିଲେ। ଘଟଣାସ୍ଥଳରେ ମଧ୍ୟ ସାମାନ୍ୟ ବାଦବିବାଦ ହୋଇଥିଲା। ପରିସ୍ଥିତିର ତତ୍ପରତାକୁ ବୁଝି ହାଇ କମିଶନର ସେଠାରୁ ଚାଲିଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?