ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ ପୁରୀରେ ପହଞ୍ଚିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ସେବାୟତ ଓ ପ୍ରଶାସନ ପକ୍ଷରୁ ଜେନରାଲ ଦ୍ୱିବେଦୀ ଓ ତାଙ୍କ ସ୍ତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ପରେ ଶ୍ରୀମନ୍ଦିରକୁ ଯାଇ ରତ୍ନଜେନରାଲ ଦ୍ୱିବେଦୀ ଓ ତାଙ୍କ ସ୍ତ୍ରୀ ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ରତ୍ନ ସିଂହାସନରୂଢ଼ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରି ଆଶିଷ ନେବସହ ସେନା ନିମନ୍ତେ ପ୍ରାର୍ଥନା କରିଥିଲେ। ପରେ ଶ୍ରୀମନ୍ଦିର ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିବା ପରେ ଶ୍ରୀମନ୍ଦିରରୁ ପ୍ରସ୍ଥାନ କରିଥିଲେ।

ଏହି ଅବସରରେ ଜେନେରାଲ ଦ୍ୱିବେଦୀ କହିଛନ୍ତି କି ମହାପ୍ରଭୁଙ୍କ ଦର୍ଶନ କରି ବେଶ ଖୁସି ଓ ଶାନ୍ତି ଲାଗିଲା। ସେନା ପାଇଁ ପ୍ରାର୍ଥନା କଲି। ମହାପ୍ରଭୁଙ୍କୁ କୃପା ସେନା ଉପରେ ଥାଉ ଆଗକୁ ସେନା ଭଲ ପ୍ରଦଶନ କରିବ। ପ୍ରତ୍ୟେକ ବର୍ଷ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ବୋଲି ଜେନେରାଲ ଦ୍ୱିବେଦୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri