Posted inଜାତୀୟ

ବରାଫାବୃତ ପାହାଡ ଉପରେ କାଲା ଚଷମା ଗୀତରେ ଝୁମିଲେ ଯବାନ

ଶ୍ରୀନଗର,୧୩।୧୧: ବଲିଉଡର ପ୍ରସିଦ୍ଧ ଡ୍ୟାନ୍ସ ନମ୍ବର ‘ମେନୁ କାଲା ଚଷମା ଜଞ୍ଚତା ରେ’ର ଲୋକପ୍ରିୟତା ଢେର ଅଧିକ। ଏହି ଗୀତରେ ଝୁମିବାକୁ ସମସ୍ତେ ପସନ୍ଦ କରନ୍ତି। ସୋସିଆଲ ମିଡିଆରେ ଭାରତୀୟ ସୈନିକମାନଙ୍କର ଏକ ଭିଡିଓ ଭାଇରାଲ ହେଉଛ। ଭିଡିଓରେ ସୈନିକମାନେ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ଏହି ଗୀତରେ ନାଚୁଥିବାର ନଜର ଆସିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ହେଉଛି ୫୨ ସେକେଣ୍ଡର। ଏହି ଭିଡିଓରେ ୮ ଜଣ ଯବାନ ବରାଫାବୃତ ପର୍ବତ ଉପରେ ନାଚୁଥିବାର ନଜର ଆସିଛନ୍ତି। ଚାରିଆଡେ ଜଙ୍ଗଲ ପର୍ବତ ଉପରେ ତୁଷାର ମଧ୍ୟ ଦେଖାଯାଉଛି। ସମସ୍ତ ସ ଯବାନ ୟୁନିଫର୍ମ ପିନ୍ଧିଛନ୍ତି। ଏହା ସହିତ ଆଖିରେ କଳା ଚଷମା ଲଗାଯାଇଛି । ତୁଷାର ଏଲଓସି ଉପରେ ପଡ଼ିବା ଆରମ୍ଭ କରିଛି। ଏଭଳି ପରିସ୍ଥିତିରେ ନିକଟରେ ଏହି ଭିଡିଓ ପ୍ରସ୍ତୁତ କରାଯାଇଛି ବୋଲି ବିଶ୍ୱାସ କରାଯାଏ। ଭାରତୀୟ ଯବାନମାନେ ସେମାନଙ୍କ କଠିନ କର୍ତ୍ତବ୍ୟ ମଧ୍ୟରେ ଏପରି ହାଲୁକା ମୁହୂର୍ତ୍ତ ବାହାର କରନ୍ତି। ଏହାପୂର୍ବରୁ ଯବାନମାନଙ୍କର ଅନେକ ଭିଡିଓ ଭାଇରାଲ ହୋଇଛି।
ଗତ ୨୦ ମାସ ଧରି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲଓସି) ରେ ଶାନ୍ତି ରହିଆସିଛି। ଏଲଓସିରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀ ଅନୁପ୍ରବେଶ ଘଟଣାକୁ ଛାଡିଦେଲେ ନିୟନ୍ତ୍ରଣ ଲାଇନରେ ପ୍ରାୟ ଶାନ୍ତି ରହିଛି। ଫେବୃଆରୀ ୨୦୨୧ରେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri