Posted inଜାତୀୟ

ବରାଫାବୃତ ପାହାଡ ଉପରେ କାଲା ଚଷମା ଗୀତରେ ଝୁମିଲେ ଯବାନ

ଶ୍ରୀନଗର,୧୩।୧୧: ବଲିଉଡର ପ୍ରସିଦ୍ଧ ଡ୍ୟାନ୍ସ ନମ୍ବର ‘ମେନୁ କାଲା ଚଷମା ଜଞ୍ଚତା ରେ’ର ଲୋକପ୍ରିୟତା ଢେର ଅଧିକ। ଏହି ଗୀତରେ ଝୁମିବାକୁ ସମସ୍ତେ ପସନ୍ଦ କରନ୍ତି। ସୋସିଆଲ ମିଡିଆରେ ଭାରତୀୟ ସୈନିକମାନଙ୍କର ଏକ ଭିଡିଓ ଭାଇରାଲ ହେଉଛ। ଭିଡିଓରେ ସୈନିକମାନେ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ଏହି ଗୀତରେ ନାଚୁଥିବାର ନଜର ଆସିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ହେଉଛି ୫୨ ସେକେଣ୍ଡର। ଏହି ଭିଡିଓରେ ୮ ଜଣ ଯବାନ ବରାଫାବୃତ ପର୍ବତ ଉପରେ ନାଚୁଥିବାର ନଜର ଆସିଛନ୍ତି। ଚାରିଆଡେ ଜଙ୍ଗଲ ପର୍ବତ ଉପରେ ତୁଷାର ମଧ୍ୟ ଦେଖାଯାଉଛି। ସମସ୍ତ ସ ଯବାନ ୟୁନିଫର୍ମ ପିନ୍ଧିଛନ୍ତି। ଏହା ସହିତ ଆଖିରେ କଳା ଚଷମା ଲଗାଯାଇଛି । ତୁଷାର ଏଲଓସି ଉପରେ ପଡ଼ିବା ଆରମ୍ଭ କରିଛି। ଏଭଳି ପରିସ୍ଥିତିରେ ନିକଟରେ ଏହି ଭିଡିଓ ପ୍ରସ୍ତୁତ କରାଯାଇଛି ବୋଲି ବିଶ୍ୱାସ କରାଯାଏ। ଭାରତୀୟ ଯବାନମାନେ ସେମାନଙ୍କ କଠିନ କର୍ତ୍ତବ୍ୟ ମଧ୍ୟରେ ଏପରି ହାଲୁକା ମୁହୂର୍ତ୍ତ ବାହାର କରନ୍ତି। ଏହାପୂର୍ବରୁ ଯବାନମାନଙ୍କର ଅନେକ ଭିଡିଓ ଭାଇରାଲ ହୋଇଛି।
ଗତ ୨୦ ମାସ ଧରି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲଓସି) ରେ ଶାନ୍ତି ରହିଆସିଛି। ଏଲଓସିରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀ ଅନୁପ୍ରବେଶ ଘଟଣାକୁ ଛାଡିଦେଲେ ନିୟନ୍ତ୍ରଣ ଲାଇନରେ ପ୍ରାୟ ଶାନ୍ତି ରହିଛି। ଫେବୃଆରୀ ୨୦୨୧ରେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?