Posted inଜାତୀୟ

ଭାରତୀୟ ସେନାରେ ୯,୭୧୨ ଅଫିସର-ଲକ୍ଷେରୁ ଅଧିକ ସୈନିକ କମ୍‌ ଅଛନ୍ତି…

ନୂଆଦିଲ୍ଲୀ,୨୭।୭: ଭାରତୀୟ ସେନାରେ ୯,୭୧୨ ଅଫିସର ଏବଂ ପ୍ରାୟ ୧ ଲକ୍ଷ ୯ ହଜାର ସୈନିକ କମ୍‌ ରହିଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ପ୍ରତିରକ୍ଷା ରାଷ୍ଟ୍ର ମନ୍ତ୍ରୀ ଅଜୟ ଭଟ୍ଟ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଭାରତୀୟ ସେନାରେ ୭,୯୧୨ ଅଧିକାରୀ ଏବଂ ୯୦,୬୪୦ ସୈନିକ ପଦବୀ ଖାଲି ରହିଛି। ସେଥିମଧ୍ୟରୁ ବାୟୁସେନାରେ ୬୧୦ ଅଧିକାରୀ ଏବଂ ୭,୧୦୪ ସୈନିକ ପଦବୀ ଖାଲି ଅଛି। ନୌସେନାରେ ୧,୧୯୦ ଅଧିକାରୀ ପଦବୀ ଏବଂ ୧୧,୯୨୭ ସୈନିକ ପଦବୀ ଖାଲି ଅଛି। ଏହା ବ୍ୟତୀତ ମେଡିକାଲ ଏବଂ ଡେଣ୍ଟାଲ ଶାଖାରେ ୪୪୪ଟି ଅଫିସର ଏବଂ ୧,୨୦୬ ଟି ଅଣ-ଅଫିସର ପଦବୀ ଖାଲି ରହିଛି। ଖାଲିଥିବା ପଦବୀ ପୂରଣ ପାଇଁ ସରକାର ପଦକ୍ଷେପ କରିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସେନା ବାହିନୀରେ ଯୋଗଦେବା ଲାଗି ଭାରତୀୟ ସେନାର ପ୍ରତିଛବି ର୍ନିମାଣ, କ୍ୟାରିୟର ମେଳା, ପ୍ରଦର୍ଶନୀ ଏବଂ ପ୍ରଚାର ଅଭିଯାନର ଆୟୋଜନ କରାଯାଇ ଯୁବକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବାର ପ୍ରୟାସ ହେଉଛି। ଯୁବକମାନଙ୍କୁ ସେନାରେ ଯୋଗଦେବାକୁ ଉତ୍ସାହିତ କରାଯାଉଛିି। ଏଥିପାଇଁ ବିଦ୍ୟାଳୟ, କଲେଜ, ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଏବଂ ନ୍ୟାସନାଲ କ୍ୟାଡେଟ କର୍ପସର କ୍ୟାମ୍ପରେ ପ୍ରେରଣାଦାୟକ ବକ୍ତୃତା ନିୟମିତ ଭାବରେ ଆୟୋଜିତ ହେଉଛି। ସେନାରେ ପଦୋନ୍ନତିର ବ୍ୟବସ୍ଥାକୁ ବିକଶିତ଼ କରିବା ଓ ଖାଲିଥିବା ପଦବୀ ପୂରଣ କରିବା ସହିତ ସଶସ୍ତ୍ର ବାହିନୀରେ ଚାକିରିକୁ ଆକର୍ଷଣୀୟ କରିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ପ୍ରତିରକ୍ଷା ରାଷ୍ଟ୍ର ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri