Posted inଜାତୀୟ

ସୀମାରେ ଏଆଇ ପ୍ରଣାଳୀ ମୁତୟନ କରୁଛି ଭାରତୀୟ ସେନା, ଶତ୍ରୁ ଉପରେ ରହିବ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୬।୮ : ଦକ୍ଷତା ବୃଦ୍ଧି ପାଇଁ ଭାରତୀୟ ସେନା ଉତ୍ତର ଏବଂ ପଶ୍ଚିମ ସୀମାରେ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଆଧାରିତ ସିସିଟିଭି ସିଷ୍ଟମ ନିୟୋଜିତ କରୁଛି।

ପ୍ରତିରକ୍ଷା ପକ୍ଷରୁ ନିଶ୍ଚିତ କରାଯାଇଛଯେ ସୀମାରେ ଏଆଇ ଆଧାରିତ ସିସିଟିଭି ସିଷ୍ଟମ ନିୟୋଜନ କରିବା ବ୍ୟତୀତ ଏହାକୁ ରିଅଲ ଟାଇମ ସୋସିଆଲ ମିଡିଆ ନୀରିକ୍ଷଣ, ପ୍ୟାଟର୍‌ ସ୍ବୀକୃତି ଏବଂ ପ୍ରତିକୂଳ ଭବିଷ୍ୟତ ପଦକ୍ଷେପ ପାଇଁ ମଧ୍ୟ ବ୍ୟବହାର କରୁଛନ୍ତି।

ଆତଙ୍କବାଦୀ ଅପରେଶନରେ ଗୁପ୍ତ ତଥ୍ୟ ସଂଗ୍ରହ ପାଇଁ ଏଆଇ ଆଧାରିତ ରିଅଲ ଟାଇମ ସିସିଟିଭି ସଫ୍ଟୱେୟାର ନିୟୋଜିତ କରାଯାଇଛି। ଉତ୍ତର ଏବଂ ଦକ୍ଷିଣ ଥିଏଟରରେ ଆଠଟି ସ୍ଥାନରେ ଏଆଇ ଆଧାରିତ ସନ୍ଦିଗ୍ଧ ଯାନ ଚିହ୍ନଟ ପ୍ରଣାଳୀ ନିୟୋଜିତ କରାଯାଇଛି ବୋଲି ଏକ ସୂତ୍ରରୁ ପ୍ରକାଶ।

ଏଆଇର ବ୍ୟବହାର ଆମର ଯୁଦ୍ଧର ପଦ୍ଧତି ବଦଳାଇବ ବୋଲି ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ମନିଟରିଂ ଏବଂ ଚିହ୍ନଟ, ରିଅଲ-ଟାଇମ ସୋସିଆଲ ମିଡିଆ ମନିଟରିଂ, ପ୍ୟାଟର୍‌ ସ୍ବୀକୃତି ଏବଂ ପ୍ରତିକୂଳ କାର୍ଯ୍ୟ ପୂର୍ବାନୁମାନ ଇତ୍ୟାଦି ପାଇଁ ଏଆଇ ପ୍ରୟୋଗଗୁଡ଼ିକ ବ୍ୟବହାର କରାଯାଇପାରିବ।

ଏହା ବ୍ୟତୀତ, ଭାରତୀୟ ସେନା କାର୍ଯ୍ୟକ୍ଷମ ଆବଶ୍ୟକତାକୁ ସମର୍ଥନ କରିବା ପାଇଁ ଏକ ସୁଦୃଢ଼ ଯୋଗାଯୋଗ ଏବଂ ହାଇ ସ୍ପିଡ ଡାଟା ନେଟୱାର୍କ ପ୍ରତିଷ୍ଠା କରିବାକୁ ଚାହୁଁଛି। ସେନା ସୀମାରେ ୫-ଜି ନେଟୱାର୍କ ସ୍ଥାପନ କରିବାକୁ ଚାହୁଁଛି।

ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି)ରେ ଉନ୍ନତ ଯୋଗାଯୋଗ ପାଇଁ ଚାଇନା ମଧ୍ୟ ୫-ଜିନେଟୱାର୍କ ସ୍ଥାପନ କରିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?