Posted inଜାତୀୟ

ଭାରତୀୟ ସେନା ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ…

ଲଦାଖ,୨।୧୦: ପୂର୍ବ ଲଦାଖ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ଅବସରରେ ଭାରତୀୟ ସେବା ମୁଖ୍ୟ ଏମ୍‌.ଏମ୍‌. ନରାଓ୍ବଣେ କହିଛନ୍ତି ଯେ, ଚାଇନା ସୀମାରେ ନିର୍ମାଣ କାର୍ଯ୍ୟ ଜାରି ରହିଛି। ସୀମାରେ ଯେଭଳି ଅଧିକ ସୈନ୍ୟ ମୁତୟନ କରିହେବ ସେ ନେଇ ଚାଇନା ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଭାରତୀୟ ସେନା ମଧ୍ୟ ଆଧୁନିକ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛନ୍ତି। ଭାରତୀୟ ସେନା ସଶକ୍ତ ସ୍ଥିତିରେ ରହିବା ସହିତ ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ ରହିଥିବା ସେ କହିଛନ୍ତି।

ତେବେ ଏଲ୍‌ଏସିରେ ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି। ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀର ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଇତିମଧ୍ୟରେ ୧୨ ଥର ଆଲୋଚନା ହୋଇସାରିଛି। ସୀମାରେ ଉତ୍ତେଜନା ହ୍ରାସ କରିବା ପାଇଁ ଖୁବ୍‌ ଶୀଘ୍ର ୧୩ତମ ବୈଠକ ଅନୁଷ୍ଠିତ ହେବ। ଆଶା କରାଯାଉଛି ସମସ୍ତ ସମସ୍ୟାର ସଫଳ ସମାଧାନ ସମ୍ଭବ ହେବ।

ସେହିପରି ପାକିସ୍ତାନ ସମ୍ପର୍କରେ ସେନାମୁଖ୍ୟ କହିଛନ୍ତି ଯେ, ଦୁଇଦେଶ ମଧ୍ୟ ଅସ୍ତ୍ରବିରତି ଚୁକ୍ତି ବେଶ୍‌ ସଫଳ ରହିଛି। ତେବେ ଗତ ୨ ମାସ ଧରି ଏଲ୍‌ଓସିରେ ଅନୁପ୍ରବେଶ ଘଟଣାରେ ବୃଦ୍ଧି ଘଟିଛି। ପାକିସ୍ତାନ ସୈନ୍ୟଙ୍କ ଅଜାଣତରେ ଅନୁପ୍ରବେଶ ହେବା ସମ୍ଭବ ନୁହେଁ।

ଗତ ୧୦ ଦିନ ମଧ୍ୟରେ ଭାରତ ପାକିସ୍ତାନ ମଧ୍ୟରେ ୨ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏନେଇ ଦୁଇପକ୍ଷଙ୍କ ମଧ୍ୟରେ ଆଲୋଚନା ପାଇଁ ଉଦ୍ୟମ ଜାରି ରହିଥିବା ସେନାମୁଖ୍ୟ କହିଛନ୍ତି। ଏଲ୍‌ଏସି ଏବଂ ଏଲ୍‌ଓସି ସ୍ଥିତି ନିୟନ୍ତ୍ରଣରେ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri