Posted inଜାତୀୟ

ଜମ୍ମୁ-କଶ୍ମୀରର ଡୋଡାରେ ଶହେ ଫୁଟ ଉଚ୍ଚରେ ତ୍ରିରଙ୍ଗା ଉତ୍ତୋଳନ କଲେ ଯବାନ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀରର ପାର୍ବତ୍ୟ ଡୋଡା ଜିଲାରେ ଗୁରୁବାର ଭାରତୀୟ ସେନା ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉତ୍ତୋଳନ କରିଛି। ଏହି ଉଦ୍ୟମକୁ ଦେଶ ପାଇଁ ଜୀବନ ଦେଇଥିବା ଅଗଣିତ ସେନ୍ୟଙ୍କୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଯେଉଁମାନେ ରାଷ୍ଟ୍ର ପାଇଁ ନିଜ ଜୀବନକୁ ବଳିଦାନ ଦେଇ ଦେଇଛନ୍ତି। ଚିନାବ ଉପତ୍ୟକା ଅଞ୍ଚଳରେ ସେନା ଦ୍ୱାରା ଏତେ ଉଚ୍ଚତାରେ ଉତ୍ତୋଳନ କରାଯାଇଥିବା ଏହା ହେଉଛି ଦ୍ୱିତୀୟ ଜାତୀୟ ପତାକା। ଏକ ଦଶନ୍ଧି ପୂର୍ବରୁ ଏହି ଅଞ୍ଚଳ ଆତଙ୍କବାଦର ଏକ ଗଡ ରହିଥିଲା। ଗତ ବର୍ଷ ଜୁଲାଇରେ ନିକଟସ୍ଥ କିଶତ୍‌ୱାର ସହରରେ ଶହେ ଫୁଟ ଉଚ୍ଚରେ ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ଡୋଡା ସ୍ପୋର୍ଟସ ଷ୍ଟାଡିୟମରେ ସେନାର ଡେଲଟା ଫୋର୍ସର ଜେନେରାଲ ଅଫିସର କମାଣ୍ଡିଂ ମେଜର ଜେନେରାଲ ଅଜୟ କୁମାର ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ତାଙ୍କ ସହ ରାଷ୍ଟ୍ରୀୟ ରାଇଫଲ୍ସ ସେକ୍ଟର-୯ର କମାଣ୍ଡର ବ୍ରିଗେଡିୟର ସମୀର କେ ପଲାଣ୍ଡେ, ଡୋଡାର ଡେପୁଟି କମିଶନର ବିଶେଷ ପଲ୍‌ ମହାଜନ ଏବଂ ବରିଷ୍ଠ ପୋଲିସ ଅଧୀକ୍ଷକ ଅବଦୁଲ କାୟୁମ ଉପସ୍ଥିତ ଥିଲେ। ମେଜର ଜେନେରାଲ କୁମାର ଦେଶର ସେବାରେ ଶହୀଦ ହୋଇଥିବା ସୈନ୍ୟମାନଙ୍କ ପରିବାରକୁ ସମ୍ମାନିତ କରିବା ସହ ରାଷ୍ଟ୍ର ନିର୍ମାଣରେ ଉଲ୍ଲେଖନୀୟ ଅବଦାନ ରହିଥିବା ନାଗରିକ ସମାଜର ସଦସ୍ୟମାନଙ୍କୁ ମଧ୍ୟ ସମ୍ମାନିତ କରିଥିଲେ। ଡୋଡାରେ ଏହାର ପ୍ରଥମ। ଶହେ ଫୁଟ ଉଚ୍ଚରେ ଥିବା ଜାତୀୟ ପତାକା କେବଳ ସେନା ପାଇଁ ନୁହେଁ, ଏହି ପାର୍ବତ୍ୟ ଜିଲାର ସମସ୍ତ ବାସିନ୍ଦାଙ୍କ ପାଇଁ ମଧ୍ୟ ଏକ ଗର୍ବର ମୁହୂର୍ତ୍ତ ବୋଲି ମେଜର ଜେନେରାଲ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri