Posted inଜାତୀୟ

ମେକ୍‌ ଇନ୍‌ ଇଣ୍ଡିଆ ନୀତି ଯୋଗୁ ଭାରତୀୟ ସେନା ପାଖରେ ଅସ୍ତ୍ରଶସ୍ତ୍ର ଅଭାବ: ରିପୋର୍ଟ…

ନୂଆଦିଲ୍ଲୀ, ୮।୯ : ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହୃତ ହେଉଥିବା ଅସ୍ତ୍ରଶସ୍ତ୍ର ତଥା ଉପକରଣକୁ ମେକ୍‌ ଇନ୍‌ ଇଣ୍ଡିଆ ଅନ୍ତର୍ଗତ ଦେଶରେ ନିର୍ମାଣ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଯୋଗୁ ସଙ୍କଟ ସୃଷ୍ଟି ହୋଇଛି।

ଫଳରେ ଭାରତୀୟ ସେନା ଅସ୍ତ୍ରଶସ୍ତ୍ର ଦୃଷ୍ଟିରୁ ଚାଇନା ଏବଂ ପାକିସ୍ତାନ ସମ୍ମୁଖରେ ଦୁର୍ବଳ ହେବାରେ ଲାଗିଛି ବୋଲି ବ୍ଲୁମବର୍ଗ ଦ୍ୱାରା ପ୍ରକାଶିିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସରକାରଙ୍କ ନିୀତି ଯୋଗୁ ସ୍ଥଳସେନା, ବାୟୁସେନା ଏବଂ ନୌସେନା ପୁରୁଣା ଅସ୍ତ୍ରଶସ୍ତ୍ର ନେଇ ବସିଛନ୍ତି।

ଯୁଦ୍ଧ ଲଢ଼ିବା ପାଇଁ ସେମାନଙ୍କ ପାଖରେ ଆଧୁନିକ ନୂଆ ଅସ୍ତ୍ରଶସ୍ତ୍ରର ଅଭାବ ରହିଛି। ଏହାକୁ ଆମଦାନୀ କରାଯାଇ ପାରୁନାହିଁ। ଏଭଳି ଜାରି ରହିଲେ ୨୦୨୬ ବେଳକୁ ଭାରତୀୟ ସେନା ପାଖରେ ହେଲିକପ୍ଟରର ଅଭାବ ପରିଲକ୍ଷିତ ହେବାର ଆଶଙ୍କା ରହିଛି। ସେହିପରି ୨୦୩୦ ବେଳକୁ ଶହେରୁ ଅଧିକ ଯୁଦ୍ଧ ବିମାନର ଅଭାବ ଦେଖାଯିବ।

ବ୍ଲୁମବର୍ଗ ପକ୍ଷରୁ ତିନି ସେନାର ଅଧିକାରୀଙ୍କ ସହିତ ଆଲୋଚନା କରିବା ପରେ ଏହି ରିପୋର୍ଟ ପ୍ରକାଶିତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri