Posted inଜାତୀୟ

ଲଦାଖରେ ୧୫ ହଜାର ଫୁଟ ଉପରେ ଭାରତୀୟ ସେନାର ଯୋଗାଭ୍ୟାସ…

ଲେହ,୨୧।୬ : ଲଦାଖରେ ୧୫ ହଜାର ଫୁଟ ଉଚ୍ଚତାରେ ଭାରତୀୟ ସେନା ଯବାନମାନେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛନ୍ତି। ସେନାର ଅଲ୍ଟିମେଟ ଫୋର୍ସର ୟୁନିଟ ବିଶ୍ୱର ସର୍ବୋଚ୍ଚ ସ୍ଥାନ ହାନଲେ ଅବଜରଭେଟୋରୀରେ ଲଦାଖର ଦୁର୍ଗମ ଅଞ୍ଚଳରେ ଯୋଗ ପରିଚାଳନା କରିଥିଲା। ଭାରତୀୟ ସେନା ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରି ଉଚ୍ଚ ପର୍ବତ, ଗ୍ଲେର୍ସି, ଲଦାଖ ସମତଳ ସମେତ ଦେଶର ୧୦୦ ରୁ ଅଧିକ ସ୍ଥାନରେ ଯୋଗ ପ୍ରଦର୍ଶନ କରିଥିଲେ।

ପ୍ରତିରକ୍ଷା ମୁଖ୍ୟ, ସିଡିଏସ ଜେନେରାଲ ଅନିଲ ଚୌହାନଙ୍କ ସହ ଏୟାର ଚିଫ ମାର୍ଶଲ ଭି.ଆର ଚୌଧରୀ, ବାୟୁ ସେନା ଯବାନ ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦିବସଅବସରରେ ନୂଆଦିଲ୍ଲୀର ବାୟୁସେନା ଷ୍ଟେଶନରେ ଯୋଗ ଅଧିବେଶନରେ ଅଂଶଗ୍ରହଣ କରିଥିଲେ।

ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ ସହ ବହୁ ବରିଷ୍ଠ ସେନା ଅଧିକାରୀ ତଥା ବିଶିଷ୍ଟ ବିଦେଶୀ ମାନ୍ୟଗଣ୍ୟ ଦିଲ୍ଲୀ କ୍ୟାଣ୍ଟର କାରିଆପା ଗ୍ରାଉଣ୍ଡରେ ଯୋଗାସନ କରିଥିଲେ।

ସମନୱୟ ଏବଂ ଶାନ୍ତି ପାଇଁ ଯୋଗର ବାର୍ତ୍ତା ସହିତ ଭାରତୀୟ ସେନା ଦେଶର ୧୦୬ ଟି ସ୍ଥାନରେ ୯ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛି। ଉତ୍ତରରେ ସିଆଚେନ ଗ୍ଲାସିଅର୍‌ ଏବଂ ଲଦାଖ ଠାରୁ, ପୂର୍ବରେ ଅରୁଣାଚଳ ପ୍ରଦେଶର ଦୁର୍ଗମ ଅଞ୍ଚଳରେ, ଦକ୍ଷିଣରେ ଇନ୍ଦିରା ପଏଣ୍ଟରେ ଯୋଗାସନ କରାଯାଇଛି।

ଭାରତୀୟ ସେନା କହିଛି ସମସ୍ତଙ୍କ ମଧ୍ୟରେ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ସେନା ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri