‘ଅପରେଶନ ସିନ୍ଦୂର’ରେ ଭାରତୀୟ ସେନାର ସଫଳତା ନେଇ ଦାରିଙ୍ଗବାଡ଼ିବାସୀ ଦେଖାଇଲେ ଦେଶପ୍ରେମ

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟାର ପ୍ରତିବାଦରେ ଭାରତ ଏହାର ଜବାବ ପାକିସ୍ଥାନକୁ ତା’ରି ଭାଷାରେ ଦେଇଥିଲା। ଏଥିରେ ପାକିସ୍ଥାନର ଆତଙ୍କୀ ଶିବିର ସହ ଏୟାରବେସ୍‌ ଓ ଅନେକ କିଛି କ୍ଷତି ହୋଇଥିଲା। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ଥାନ ଉପରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦେଶର ୩ ପ୍ରତିରକ୍ଷା ବିଭାଗକୁ ପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଥିଲେ ଓ ଏଥିରେ ଅପରେଶନ ସିନ୍ଦୂର ନାମ ଦିଆଯାଇଥିଲା ଓ ଭାରତ ପକ୍ଷରୁ ପାକିସ୍ଥାନକୁ ଉଚିତ ଜବାବ ଦିଆଯାଇଥିଲା ଏବଂ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଥିଲା।

ଏବେ ବୀର ଯବାନମାନଙ୍କୁ ସମ୍ମାନ ଦିଆଯିବା ସହ ଭାରତର ଏହି ସଫଳତାକୁ ନେଇ ତ୍ରିରଙ୍ଗା ଯାତ୍ରା ଚାରିଆଡ଼େ ଅନୁଷ୍ଠିତ ହେଉଥିବା ବେଳେ ଦାରିଙ୍ଗବାଡ଼ିରେ ମଧ୍ୟ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହୋଇଥିଲା। ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରୁ ଏହି ଶୋଭାଯାତ୍ରା ବାହାରି ଚାରି ଛକ, ବଜାର, ତିନିଛକ, ଲକ୍ଷ୍ମୀବଜାର, ଶିବମନ୍ଦିର, ବସ୍‌ଷ୍ଟାଣ୍ଡ ହୋଇ ପୁଣି ବ୍ଲକ କାର୍ଯ୍ୟାଳୟକୁ ଫେରିଥିଲା।

ଅପରେଶନ ସିନ୍ଦୂରର ସଫଳତାକୁ ନେଇ ଏହି ତ୍ରିରଙ୍ଗା ଶୋଭାଯାତ୍ରା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ସେନାର ସାହସ ଓ ପରାକ୍ରମକୁ ସମ୍ମାନ ଜଣାଇବା ଓ ଉତ୍ସାହିତ କରିବା ସକାଶେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସରକାରୀ କର୍ମଚାରୀ, ପୋଲିସ ପ୍ରଶାସନ, ବନ ବିଭାଗ, ଅଙ୍ଗନାଓ୍ବାଡି କର୍ମୀ, ବ୍ଲକ ପ୍ରଶାସନ, ଅଞ୍ଚଳବାସୀ ଏବଂ ରାଷ୍ଟ୍ରୀୟ ସୁରକ୍ଷା ନାଗରିକ ମଞ୍ଚ୍‌ର ସଦସ୍ୟ ମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri