‘ଅପରେଶନ ସିନ୍ଦୂର’ରେ ଭାରତୀୟ ସେନାର ସଫଳତା ନେଇ ଦାରିଙ୍ଗବାଡ଼ିବାସୀ ଦେଖାଇଲେ ଦେଶପ୍ରେମ

ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟାର ପ୍ରତିବାଦରେ ଭାରତ ଏହାର ଜବାବ ପାକିସ୍ଥାନକୁ ତା’ରି ଭାଷାରେ ଦେଇଥିଲା। ଏଥିରେ ପାକିସ୍ଥାନର ଆତଙ୍କୀ ଶିବିର ସହ ଏୟାରବେସ୍‌ ଓ ଅନେକ କିଛି କ୍ଷତି ହୋଇଥିଲା। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ଥାନ ଉପରେ ଦୃଢ଼ ପଦକ୍ଷେପ ନେବା ପାଇଁ ଦେଶର ୩ ପ୍ରତିରକ୍ଷା ବିଭାଗକୁ ପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଥିଲେ ଓ ଏଥିରେ ଅପରେଶନ ସିନ୍ଦୂର ନାମ ଦିଆଯାଇଥିଲା ଓ ଭାରତ ପକ୍ଷରୁ ପାକିସ୍ଥାନକୁ ଉଚିତ ଜବାବ ଦିଆଯାଇଥିଲା ଏବଂ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଥିଲା।

ଏବେ ବୀର ଯବାନମାନଙ୍କୁ ସମ୍ମାନ ଦିଆଯିବା ସହ ଭାରତର ଏହି ସଫଳତାକୁ ନେଇ ତ୍ରିରଙ୍ଗା ଯାତ୍ରା ଚାରିଆଡ଼େ ଅନୁଷ୍ଠିତ ହେଉଥିବା ବେଳେ ଦାରିଙ୍ଗବାଡ଼ିରେ ମଧ୍ୟ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହୋଇଥିଲା। ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରୁ ଏହି ଶୋଭାଯାତ୍ରା ବାହାରି ଚାରି ଛକ, ବଜାର, ତିନିଛକ, ଲକ୍ଷ୍ମୀବଜାର, ଶିବମନ୍ଦିର, ବସ୍‌ଷ୍ଟାଣ୍ଡ ହୋଇ ପୁଣି ବ୍ଲକ କାର୍ଯ୍ୟାଳୟକୁ ଫେରିଥିଲା।

ଅପରେଶନ ସିନ୍ଦୂରର ସଫଳତାକୁ ନେଇ ଏହି ତ୍ରିରଙ୍ଗା ଶୋଭାଯାତ୍ରା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ସେନାର ସାହସ ଓ ପରାକ୍ରମକୁ ସମ୍ମାନ ଜଣାଇବା ଓ ଉତ୍ସାହିତ କରିବା ସକାଶେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସରକାରୀ କର୍ମଚାରୀ, ପୋଲିସ ପ୍ରଶାସନ, ବନ ବିଭାଗ, ଅଙ୍ଗନାଓ୍ବାଡି କର୍ମୀ, ବ୍ଲକ ପ୍ରଶାସନ, ଅଞ୍ଚଳବାସୀ ଏବଂ ରାଷ୍ଟ୍ରୀୟ ସୁରକ୍ଷା ନାଗରିକ ମଞ୍ଚ୍‌ର ସଦସ୍ୟ ମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri