Posted inଜାତୀୟ

ଜବତ ଜାହାଜର ୧୭ କର୍ମଚାରୀଙ୍କୁ ଭେଟିପାରିବେ ଭାରତୀୟ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧୬ା୪(ପି.ଟି.): ଇରାନ ସେନା କବ୍‌ଜା କରିଥିବା ଇସ୍ରାଏଲୀ ମାଲ୍‌ବାହୀ ଜାହାଜର ୧୭ କର୍ମଚାରୀଙ୍କୁ ଭାରତୀୟ କର୍ତ୍ତୃପକ୍ଷ ଭେଟିପାରିବେ। ଏଥିପାଇଁ ଇରାନ ଅନୁମତି ଦେବ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ୍‌ ଅମିର-ଅବଦୁଲ୍ଲାହିଆନ୍‌ କହିଛନ୍ତି। ପ୍ରତିପକ୍ଷ ଏସ୍‌. ଜୟଶଙ୍କରଙ୍କ ସହ ଟେଲିଫୋନ୍‌ କଥାବାର୍ତ୍ତା ବେଳେ ଅବଦୁଲ୍ଲାହିଆନ୍‌ ଉପରୋକ୍ତ ସୂଚନା ଦେଇଛନ୍ତି। କଣ୍ଟେନର ଜାହାଜରେ ଥିବା ଭାରତୀୟ କ୍ରିଉ ମେମ୍ବରମାନଙ୍କୁ ମୁକ୍ତ କରିଦେବା ପାଇଁ ଜୟଶଙ୍କର ଇରାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କହିଥିଲେ। ସୂଚନାଯୋଗ୍ୟ, ଇରାନର ଅର୍ଦ୍ଧସାମରିକ ରିଭଲ୍ୟୁଶନାରି ଗାର୍ଡ ଶନିବାର ଇସ୍ରାଏଲୀ ସ୍ବୀକୃତିପ୍ରାପ୍ତ ମାଲ୍‌ବାହୀ ଜାହାଜକୁ ହୋରମୁଜ୍‌ ପ୍ରଣାଳୀରୁ ଜବତ କରିଥିଲା। ସୈନ୍ୟମାନେ ଏକ ହେଲିକପ୍ଟରରୁ ଉକ୍ତ ଜାହାଜ ଉପରେ ଖସିଥିଲେ। ଇରାନ ଉକ୍ତ ଅଞ୍ଚଳରେ ଉତ୍ତେଜନା ବଢ଼ାଉଥିବାବେଳେ ଜାହାଜ ଜବତ କରିବାର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଇସ୍ରାଏଲୀ ସେନା ଚେତାବନୀ ଦେଇଥିଲା। ସେହିଦିନ ବିଳମ୍ବିତ ରାତିରେ ଇରାନ ଇସ୍ରାଏଲ୍‌ ଉପରେ ୩୦୦ ମିଶାଇଲ୍‌ ଓ ଡ୍ରୋନ୍‌ ମାଡ଼ କରିଥିବାବେଳେ ଇସ୍ରାଏଲୀ ଡିଫେନ୍ସ ସିଷ୍ଟମ ୯୯ ପ୍ରତିଶତ ମିଶାଇଲକୁ ପ୍ରତିହତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?