ବିଦେଶରେ ଅବସାଦ, ଅନାହାରରେ ଛାତ୍ରୀ, ଭାରତ ଫେରାଇ ଆଣିବାକୁ ଗୁହାରି କଲେ ମାଆ

ନ୍ୟୁୟର୍କ/ହାଇଦ୍ରାବାଦ,୨୮।୭: ଜଣେ ଭାରତୀୟ ଛାତ୍ରୀ ସିକାଗୋ ସଡ଼କରେ ଅବସାଦ ଓ ଅନାହାରରେ ଥିବା ଦେଖିବାକୁ ମିଳିଛି। ହାଇଦ୍ରାବାଦର ଏହି ଛାତ୍ରୀ ଜଣଙ୍କର ଏଭଳି ଅବସ୍ଥା ଦେଖିବା ପରେ ତାଙ୍କୁ ଭାରତ ଫେରାଇ ଆଣିବାକୁ ସରକାରଙ୍କ ନିକଟରେ ଗୁହାରି କରିଛନ୍ତି ତାଙ୍କ ମାଆ। ଏହା ଜାଣିବା ପରେ ସିକାଗୋରେ ଥିବା ଭାରତର ମହାବାଣିଜ୍ୟ ଦୂତାବାସ ଆଶ୍ୱାସନା ଦେଇଛି କି ଯଥା ସମ୍ଭବ ସାହାଯ୍ୟ କରାଯିବ।

ଉକ୍ତ ଛାତ୍ରୀଙ୍କ ମାଆ ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପତ୍ର ଲେଖି ଝିଅକୁ ଭାରତ ଫେରାଇ ଆଣିବାକୁ ସାହାଯ୍ୟ ମାଗିଛନ୍ତି। ଏହି ଚିଠି ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା ଖାଲିକୁର ରହମାନଙ୍କ ଟୁଇଟର ପୃଷ୍ଠାରେ ପୋଷ୍ଟ କରାଯାଇଛି। ତେଲେଙ୍ଗାନାର ହାଇଦ୍ରାବାଦରେ ରହୁଥିବା ଜଣେ ମହିଳା କହିଛନ୍ତି ଯେ ତାଙ୍କ ଝିଅ ସଇଦା ଲୁଲୁ ମିନହାଜ ଜୈଦି ୨୦୨୧ରେ ଡେଟ୍ରାଇଟ ଟ୍ରାଇନ ୟୁନିଭରସିଟିରୁ ଏମଏସ କରିବା ପାଇଁ ଆମେରିକା ଯାଇଥିଲେ। ସେ କହିଛନ୍ତି ଯେ ଗତ ଦୁଇ ମାସ ହେବ ସେ ତାଙ୍କ ଝିଅ ସହିତ ସମ୍ପର୍କରେ ନ ଥିଲେ। ନିକଟରେ ସିକାଗୋରେ ରହୁଥିବା ଦୁଇଜଣ ହାଇଦ୍ରାବାଦ ଯୁବକ ଜାଣିବାକୁ ପାଇଲେ ଯେ ଜୈଦିି ଡିପ୍ରେସନ ଦେଇ ଗତି କରୁଛନ୍ତି। ତାଙ୍କର ସମସ୍ତ ଜିନିଷ ଚୋରି ହୋଇଯାଇଛି, ଯେଉଁଥିପାଇଁ ସେ ଅନାହାରରେ ଅଛନ୍ତି। ମାତା ତାଙ୍କ ଚିଠିରେ କହିଛନ୍ତି ଯେ ତାଙ୍କୁ ଆମେରିକାର ସିକାଗୋ ରାସ୍ତାରେ ଦେଖିବାକୁ ମିଳିଥିଲା। ଏହା ଜାଣିବା ପରେ ଭାରତୀୟ ବାଣିଜ୍ୟ ଦୂତାବାସ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦେବାକୁ ଆଶ୍ୱସନା ଦେଇଛି। ତେବେ ଚାକିରି ନ ମିଳିବାରୁ ଜୈଦିଙ୍କର ଏଭଳି ଅବସ୍ଥା ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?