ଇଣ୍ଡିଆନ୍‌ ବ୍ୟାଙ୍କ ଇଡିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୫ା୮ – ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି) ଭି.ଭି. ସେନୋୟେ ବ୍ୟାଙ୍କର ମିଶ୍ରଣ ପରେ ପ୍ରଥମଥର ପାଇଁ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବ୍ୟାଙ୍କର ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ ମହାପ୍ରବନ୍ଧକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିବା ଏକ ମେଗା ରିଟେଲ ଏବଂ ଏମ୍‌ଏସ୍‌ଏମ୍‌ଇ ଋଣମେଳାରେ ସେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ୭ଟି ଜୋନ୍‌ର ଅଞ୍ଚଳ ମୁଖ୍ୟଙ୍କ ସହିତ ବ୍ୟାଙ୍କର ଋଣଗ୍ରହୀତାମାନେ ମଧ୍ୟ ଏଥିରେ ଯୋଗଦେଇଥିଲେ । ଏଠାରେ ଇଡି କେତେଜଣ ଋଣଗ୍ରହୀତାଙ୍କୁ ସ୍ପଟ୍‌ ଲୋନ୍‌ ମଞ୍ଜୁରୀ ଟିକେଟ ପ୍ରଦାନ କରିଥିଲେ ା ଏହି ରିଟେଲ ଏବଂ ଏମ୍‌ଏସ୍‌ଏମ୍‌ଇ ଋଣମେଳା ଅବସରରେ ୪୦୭ ଜଣଙ୍କୁ ୧୪୩କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିଲା। କାର୍ଯ୍ୟକ୍ରମରେ ବ୍ୟାଙ୍କର କ୍ଷେତ୍ରୀୟ ମହାପ୍ରବନ୍ଧକ ଏସ୍‌.ଏସ୍‌.ପି. ରୟ, ବ୍ୟାଙ୍କର ଉପ ମହାପ୍ରବନ୍ଧକ ମନୋରଞ୍ଜନ ଦାଶ, ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଆର୍‌. ଶ୍ରୀନିବାସନ, ସହାୟକ ମହାପ୍ରବନ୍ଧକ ମନୋରଞ୍ଜନ ସାହୁ, ସଞ୍ଜୀବ ଦୁଆ, ରୂପେଶ ଅଗ୍ରୱାଲ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri