Posted inଖେଳ

ଅଷ୍ଟ୍ରେଲିଆ ବୋଲର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌: ୧୮୫ରେ ଅଲଆଉଟ୍‌

ସିଡନୀ,୩।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଆରମ୍ଭ ହୋଇଥିବା ମ୍ୟାଚରେ ଟିମ ଇଣ୍ଡିଆ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ କରି ବୁମ୍‌ରାଙ୍କ ଅଧିନାୟକତ୍ୱ କରିଥିବା ଟିମ ଇଣ୍ଡିଆ ମାତ୍ର ୧୮୫ ରନ ସଂଗ୍ରହ କରିଥିଲା। ଏହି ଅବଧି ମଧ୍ୟରେ ସ୍କଟ ବୋଲାଣ୍ଡ ଅଷ୍ଟ୍ରେଲିଆ ପାଇଁ ସର୍ବାଧିକ ୪ ଉଇକେଟ ନେଇଥିଲେ। ପନ୍ତ ଭାରତ ପାଇଁ ୪୦ ରନର ସବୁଠାରୁ ବଡ ଇନିଂସ ଖେଳିଥିଲେ।
ଭାରତୀୟ ଦଳ ମାତ୍ର ୭୨.୨ ଓଭର ଖେଳିପାରିଥିଲା। ରିଷଭ ପନ୍ତ ଦଳ ପାଇଁ ସର୍ବାଧିକ ୪୦ ରନ ସଂଗ୍ରହ କରିଥିଲେ। ଏହା ବ୍ୟତୀତ ରବିନ୍ଦ୍ର ଜାଡେଜା ୨୬ ରନ, ଅଧିନାୟକ ଜସପ୍ରୀତ ବୁମ୍‌ର ୨୨ ରନ, ଶୁଭମନ ଗିଲ ୨୦ ରନ, ବିରାଟ କୋହଲି ୧୭ ରନ ଏବଂ ଯଶସ୍ବୀ ଜୟସ୍ବାଲ ୧୦ ରନ ସ୍କୋର କରିପାରିଥିଲେ। ଏମାନଙ୍କ ବ୍ୟତୀତ ଅନ୍ୟ ବ୍ୟାଟ୍ସମ୍ୟାନ୍‌ମାନେ ମଧ୍ୟ ଦୁଇଅଙ୍କ ବିଶିଷ୍ଟ ସଂଖ୍ୟା ଛୁଇଁ ପାରି ନ ଥିଲେ। କେ.ଏଲ ରାହୁଲ ଚାରି ରନ, ପ୍ରସିଦ୍ଧ କ୍ରିଷ୍ଣା ତିନି ରନ ଏବଂ ମହମ୍ମଦ ସିରାଜ ତିନି ରନ ସ୍କୋର କରିପାରତ ନଥିଲେ। ନୀତୀଶ ରେଡ୍ଡୀ ଖାତା ଖୋଲିପାରି ନ ଥିଲେ। ଅଷ୍ଟ୍ରେଲିଆ ପାଇଁ ସ୍କଟ ବୋଲାଣ୍ଡ ୪ଟି ଉଇକେଟ ନେଇଥିବା ବେଳେ ମିଚେଲ ଷ୍ଟାର୍କ ତିନୋଟି ଉଇକେଟ ନେଇଛନ୍ତି। ପ୍ୟାଟ କମିନ୍ସ ଦୁଇଟି ଉଇକେଟ ନେଇଥିବାବେଳେ ନାଥନ ଲିଅନ ଗୋଟିଏ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri