Posted inଖେଳ

ପରିସ୍ଥିତିର ଫାଇଦା ଉଠାଇ ପାରିଲେନି ଭାରତୀୟ ବୋଲର

ଓଭାଲ,୩।୯: ଚଳିତ ଓଭାଲ ଟେଷ୍ଟରେ ପ୍ରମୁଖ ବ୍ୟାଟ୍ସମ୍ୟାନ ବିଫଳ ହେବା ସତ୍ତ୍ୱେ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଭାରତ ୧୯୧ ରନ୍‌ କରିଥିବା ବେଳେ ୨୯୦ ରନ୍‌ରେ ଅଲଆଉଟ୍‌ ହୋଇଛି ଘରୋଇ ଇଂଲଣ୍ଡ ଦଳ। ଫଳରେ ଇଂଲଣ୍ଡ ପ୍ରଥମ ଇନିଂସରେ ୯୯ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି।

ପୂର୍ବଦିନର ସ୍କୋର ୫୩/୩ରୁ ବ୍ୟାଟିଂ ଆରମ୍ଭ କରିଥିବା ଇଂଲଣ୍ଡକୁ ଦ୍ୱିତୀୟ ଦିନ ଆରମ୍ଭରୁ ଡବଲ ଝଟକା ଦେଇଥିଲେ ଭାରତୀୟ ପେସର ଉମେଶ ଯାଦବ। ଦଳ ମାତ୍ର ୬୨ ରନ୍‌ ମଧ୍ୟରେ ଅଧା ଉଇକେଟ ହରାଇ ସାରିଥିଲା। ଲାଗୁଥିଲା ଇଂଲଣ୍ଡ ଦଳ ଖୁବ୍‌ ଶୀଘ୍ର ଅଲଆଉଟ୍‌ ହୋଇଯିବ। କିନ୍ତୁ ଜନ୍ନି ବେଆରଷ୍ଟୋ (୩୭) ଓ ଓଲି ପୋପ (୮୧)ଙ୍କ ଯୋଡ଼ି ୬ଷ୍ଠ ଉଇକେଟ ପାଇଁ ୮୯ ରନ୍‌ ଯୋଡ଼ିଥିଲେ। ପରେ ମୋଇନ ଅଲି (୩୫) ଓ କ୍ରିସ ଓ୍ବେକ୍ସ (୫୦)ଙ୍କ ଉଇକେଟ ନେବା ପାଇଁ ଭାରତୀୟ ବୋଲରଙ୍କୁ ଖୁବ୍‌ ଝାଳ ବୁହାଇବାକୁ ପଡ଼ିଥିଲା। ଶେଷରେ ୨୯୦ ରନ୍‌ରେ ଅଟକି ଥିଲା ଘରୋଇ ଦଳର ପ୍ରଥମ ଇନିଂସ। ଭାରତ ଲାଗି ଉମେଶ ୩ ଉଇକେଟ ନେଇଥିବା ବେଳେ ଯଶପ୍ରୀତ ବୁମରା ଓ ରବୀନ୍ଦ୍ର ଜାଡେଜା ୨ ଲେଖାଏ ଉଇକେଟ ହାତେଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri