Posted inଖେଳ

ପ୍ରାଗ୍‌ ଓପନ୍‌ରେ ଭାରତୀୟ ଅଭିଯାନ ଶେଷ

ପ୍ରାଗ୍‌,୨୧।୮(ପି.ଟି.): ଏଠାରେ ଚାଲିଥିବା ଏଟିପି ଚ୍ୟାଲେଞ୍ଜର ପ୍ରାଗ୍‌ ଓପନ୍‌ରେ ଭାରତୀୟ ଅଭିଯାନ ଶେଷ ହୋଇଛି। ଡବଲ୍ସ ଇଭେଣ୍ଟରେ ସବୁ ୩ ଭାରତୀୟ ଖେଳାଳି ପରାଜୟ ବରଣ କରିବା ପରେ ଏହା ସ୍ପଷ୍ଟ ହୋଇଛି। ଟପ୍‌ ସିଡ୍‌ ଖେଳାଳି ଦିଭିଜ୍‌ ଶରଣ ଓ ରବିନ୍‌ ହାସ କ୍ୱାର୍ଟର ଫାଇନାଲରେ ୩-୬, ୬-୭ ସେଟ୍‌ରେ ଜିରି ଲେହେକା ଓ ତୋମାସ ମ୍ୟାକହାତଙ୍କଠାରୁ ପରାସ୍ତ ହୋଇ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି।
ସେହିପରି ଏନ୍‌. ଶ୍ରୀରାମ ବାଲାଜୀ ଓ ତାଙ୍କ ସାଥୀ କିମେର କୋପିଜାନ୍ସ ୪-୦୬, ୩-୬ ସେଟରେ ଷ୍ଟିଭେନ୍‌ ଡିଏଜ୍‌ ଓ ବ୍ଲେଜ୍‌ ରୋଲାଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଅପରପକ୍ଷରେ ସିଙ୍ଗଲ୍ସରେ ଭାରତ ସୁମିତ ନାଗାଲ ବିଶ୍ୱର ୧୭ ନମ୍ବର ଖେଳାଳି ତଥା ୩ଥର ଗ୍ରାଣ୍ଡସ୍ଲାମ ବିଜେତା ଷ୍ଟାନିସ୍‌ ଲାସ୍‌ ଓ୍ବାରିଙ୍କା ପରାସ୍ତ ହୋଇଥିଲେ। ସେହିପରି ସେ ଡବଲ୍ସରେ ମଧ୍ୟ ପରାସ୍ତ ହୋଇଥିଲେ। ଡବଲ୍ସରେ ନାଗାଲ ଓ ତାଙ୍କ ସାଥି ଇଲ୍ୟା ଇଭାଶ୍‌କା ୨-୬, ୪-୬ରେ ପ୍ରତିପକ୍ଷ ପିୟର- ହ୍ୟୁଗ୍ସ ହବର୍ଟ ଓ ଆର୍ଥର ରିନଡେକେନେଚଙ୍କଠାରୁ ପରାସ୍ତ ହୋଇଥିଲେ। ଗତ ମାର୍ଚ୍ଚରେ କୋଭିଡ୍‌-୧୯ ମାହାମାରୀର ପ୍ରକୋପ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ଏହି ୩ଜଣ ଭାରତୀୟ ଖେଳାଳି କୌଣସି ପ୍ରତିଯୋଗିତାମୂଳକ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri