Posted inଫୁରସତ

କେବଳ ସାଇମଣ୍ଡ୍‌ସ ନୁହନ୍ତି, ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଭାରତର ଏହି ପ୍ରସିଦ୍ଧ ବ୍ୟକ୍ତି

ସଡ଼କ ଦୁର୍ଘଟଣାରେ ଅଷ୍ଟ୍ରେଲୀୟ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡ୍‌ସଙ୍କ ମୃତ୍ୟୁ ହୋଇଛି। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେବଳ ଆଣ୍ଡ୍ରିୟୁ ନୁହନ୍ତି, ଭାରତର ଅନେକ ପ୍ରସିଦ୍ଧ ବ୍ୟକ୍ତି ମଧ୍ୟ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସାନପୁଅ ସଞ୍ଜୟ ଗାନ୍ଧୀ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ସେ ନିଜେ ବିମାନ ଚଳାଉଥିଲେ। କୁହାଯାଏ, ନିୟନ୍ତ୍ରଣ ହରାଇ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜୁନ ୧୯୮୦ରେ ତାଙ୍କର ଦେହାନ୍ତ ହୋଇଥିଲା।

୨୦୨୧ ଡିସେମ୍ବରରେ ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରତିରକ୍ଷା କର୍ମଚାରୀ ବିପିନ ରାଓ୍ବତଙ୍କର ପ୍ରାଣହାନି ଘଟିଥିଲା। ସେ ସୁଲୁରରୁ କୁନୁରକୁ ଯାଉଥିଲେ। ତାଙ୍କ ସ୍ତ୍ରୀଙ୍କ ସମେତ ୧୩ ଜଣ ଲୋକ ଯାଉଥିଲେ।

କଂଗ୍ରେସର ବରିଷ୍ଠ ନେତା ମାଧବ ରାଓ ସିନ୍ଧିଆ ୯ ଥର ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହୋଇଥିଲେ। ୧୯୭୧ ପରଠାରୁ ସେ ଗୋଟିଏ ବି ନିର୍ବାଚନ ହାରି ନ ଥିଲେ। ୫୬ ବର୍ଷ ବସୟରେ ସେ ୨୦୦୧ରେ ମେନ୍‌ପୁରୀ ନିକଟରେ ଏକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ।

୨୦୦୦ ମସିହାରେ ସଚିନ ପାଇଲଟଙ୍କ ପିତା ତଥା କଂଗ୍ରେସ ନେତା ରାଜେଶ ପାଇଲଟଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଯେତେବେଳେ ସେ ରାଜସ୍ଥାନର ଡାଉସା ଠାରୁ ଜୟପୁର ଫେରୁଥିଲେ ସେତେବେଳେ ତାଙ୍କ ସହିତ ଏହି ଘଟଣା ଘଟିଥିଲା।

ସେହିପରି ଜ୍ଞାନୀ ଜୟଲ ସିଂ, ଅଭିନେତା ଯଶପାଲ ଭଟ୍ଟି, ଅମିତାଭ ବଚ୍ଚନଙ୍କ ସହ ‘ସୂର୍ଯ୍ୟବଂଶୀ’ରେ ନଜର ଆସିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କର ମଧ୍ୟ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri