Posted inଖେଳ

ରାହୁଲଙ୍କ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୮ା୧୧: ଭାରତୀୟ ଚେସ୍‌ ଖେଳାଳି ରାହୁଲ ଭି.ଏସ୍‌ ଦେଶର ୯୧ତମ ଗ୍ରାଣ୍ଡମାଷ୍ଟର ହୋଇଛନ୍ତି। ଗୋଟିଏ ରାଉଣ୍ଡର ଖେଳ ବାକିଥାଇ ୬ଷ୍ଟ ଆସିଆନ ଇଣ୍ଡିଭିଜୁଆଲ ଚାମ୍ପିୟନଶିପ୍‌ ଜିତିବା ପରେ ସେ ଏହି ସଫଳତା ହାସଲ କରିଛନ୍ତି।

୨୧ ବର୍ଷୀୟ ରାହୁଲ ହେଉଛନ୍ତି ଏସିଆନ ଜୁନିୟର ଚାମ୍ପିୟନ। ୨୦୨୧ରେ ଇଣ୍ଟରନ୍ୟାଶନାଲ ମାଷ୍ଟର ଟାଇଟଲ ଜିତିଥିଲେ। ସେତେବେଳେ ସେ ୨୪୦୦ ଲାଇଭ୍‌ ରେଟିଂ ଅତିକ୍ରମ କରିବା ପୂର୍ବରୁ ତାଙ୍କର ଚତୁର୍ଥ ଓ ପଞ୍ଚମ ଆଇଏମ୍‌ ନର୍ମ ହାସଲ କରିଥିଲେ।

ରାହୁଲ ଦେଶର ୯୧ତମ ଗ୍ରାଣ୍ଡମାଷ୍ଟର ହେବା ପରେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌) ସଭାପତି ନୀତୀନ ନାରଙ୍ଗ ତାଙ୍କୁ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ରେ କୃତଜ୍ଞତା ଜଣାଇଛନ୍ତି। କିଛି ସପ୍ତାହ ମଧ୍ୟରେ ଗ୍ରାଣ୍ଡମାଷ୍ଟର ନର୍ମ ହାସଲ କରିବାରେ ରାହୁଲ ହେଉଛନ୍ତି ଭାରତର ଦ୍ୱିତୀୟ ଚେସ୍‌ ଖେଳାଳି। ଅକ୍ଟୋବର ୩୦ରେ ଅନ୍ୟ ଜଣେ ଯୁବ ପ୍ରତିଭା ଇଲମପାର୍ଥି ଏ.ଆର୍‌ ଏହି ସଫଳତା ହାସଲ କରିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri