ଚାଇନା ଠକେଇ ର଼୍ୟାକେଟର ଭାରତୀୟ ମୁଖ୍ୟ ଗିରଫ

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ଭାରତ ସମେତ ବିଭିନ୍ନ ଦେଶରେ ହୋଇଥିବା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଜଣଙ୍କୁ ଦିଲ୍ଲୀରୁ ଗିରଫ କରିଛି। ସେ ହେଲେ ରାଜସ୍ଥାନ ଭରତପୁର ଜିଲାର ନୀତିନ ମଲ୍ଲିକ। ତାଙ୍କ ପାଖରୁ ଲାପ୍‌ଟପ୍‌, ଚାଇନା ନାଗରିକଙ୍କ ପାସ୍‌ପୋର୍ଟ ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ ହୋଇଛି। ସେ ର଼୍ୟାକେଟର ଭାରତୀୟ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ବୁଧବାର ଗିରଫ ପରେ ଅଭିଯୁକ୍ତ ନୀତିନ୍‌ଙ୍କୁ ନୂଆଦିଲ୍ଲୀ ତିସ୍‌-ହଜାରି କୋର୍ଟରେ ହାଜର କରାଯାଇ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଅଣାଯାଇଛି। ଶୁକ୍ରବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଜାମିନ ନାମଞ୍ଜୁର କରିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ନିତିନ୍‌ ଏମ୍‌ଏସ୍‌ ଗୁଡ୍‌ ଷ୍ଟାର୍ଟ ବିଜ୍‌ନେସ୍‌ ପ୍ରାଇଭେଟ ଲିଃ ଓ ଏମ୍‌ଏସ୍‌ ରାଇଟ୍‌ ଷ୍ଟାର୍ଟ ବିଜନେସ୍‌ ପ୍ରାଇଭେଟ ଲିଃର ନିର୍ଦ୍ଦେଶକ ଅଛନ୍ତି। ଭାରତର ବିଭିନ୍ନ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ଓ ମୁମ୍ବାଇ ପୋଲିସ ପାଇଁ ସେ ୱାଣ୍ଟେଡ୍‌ ଥିଲେ।
ସୂଚନା ଅନୁଯାୟୀ, ଭୁବନେଶ୍ୱରର ଶକ୍ତିପ୍ରସାଦ ଦାସ ‘କ୍ରେଡିଟ୍‌ ଗୋଲ୍ଡ’ ଆପ୍‌କୁ ଡାଉନ୍‌ଲୋଡ୍‌ କରିଥିଲେ। ଏହାପରେ ତାଙ୍କ ପାଖକୁ ସଙ୍ଗେ ସଙ୍ଗେ ୯ ହଜାର ଟଙ୍କାର ଲୋନ୍‌ ଆସିଥିଲା। ୪ ଦିନ ପରେ ତାଙ୍କୁ ହ୍ବାଟ୍ସଆପ୍‌ ଦ୍ୱାରା କଲ୍‌ କରାଯାଇ ୧୫ ହଜାର ୬୨୭ ଲୋନ୍‌ ଟଙ୍କା ଭରିବାକୁ କୁହାଯାଇଥିଲା। ସେ ଟଙ୍କା ନ ଦେବାରୁ ତାଙ୍କୁ ବିଭିନ୍ନ ନମ୍ବରରେ କଲ୍‌ କରାଯାଇ ଗାଳିଗୁଲଜ କରାଯାଇଥିଲା। ଏପରିକି ଅଶ୍ଳୀଳ ଫଟୋ ପଠାଇବା ସହ ମାନସିକ ନିର୍ଯାତନା ଦିଆଯାଇଥିଲା। ତାଙ୍କ ଅଭିଯୋଗ ପରେ ଇଓଡବ୍ଲ୍ୟୁ ଜୁଲାଇ ୨ରେ ଏକ ମାମଲା (ନଂ.୧୩/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରୁ ଜଣାପଡ଼ିଥିଲା, ଏହି ଠକେଇ ରାକେଟ ପଛରେ ୩ ଚାଇନା ନାଗରିକ ମାଷ୍ଟରମାଇଣ୍ଡ୍‌ ଅଛନ୍ତି। ସେମାନେ ନିୟମିତ ନୀତିନ୍‌ଙ୍କ ସମ୍ପର୍କରେ ରହି ‘କ୍ରେଡିଟ୍‌ ଗୋଲ୍ଡ’ ଆପ୍‌ ସମେତ ୧୦ଟି ବେଆଇନ୍‌ ଆପ୍‌କୁ ଭାରତରେ ଚଲାଉଛନ୍ତି। ‘କ୍ରେଡିଟ୍‌ ଗୋଲ୍ଡ’ ଆପ୍‌କୁ ଭାରତରେ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଡାଉନ୍‌ଲୋଡ୍‌ କରିଛନ୍ତି। ତେଣୁ ଲକ୍ଷେରୁ ଉର୍ଦ୍ଧ୍ୱ ଲୋକ ଠକେଇର ଶିକାର ହୋଇଥିବା ଇଓଡବ୍ଲ୍ୟୁ ଅନୁମାନ କରୁଛି। ନୀତିନ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଓ ଭୋଡାଫୋନ ଆଦି ସଂସ୍ଥାରୁ ବହୁ ସିମ୍‌ ଆଣି ଚାଇନା ମାଷ୍ଟରମାଇଣ୍ଡଙ୍କୁ ଦେଉଥିଲେ। ସେମାନେ ଉକ୍ତ ସିମ୍‌ ଦେଇ ଗ୍ରାହକଙ୍କଠଠାରୁ ଟଙ୍କା ଆଦାୟ କରିବାକୁ ବିଭିନ୍ନ ଏଜେଣ୍ଟଙ୍କୁ ନିୟୋଜିତ କରୁଥିଲେ। ନୀତିନ୍‌ ଗ୍ରାହକଙ୍କଠାରୁ ଟଙ୍କା ଆଦାୟ ଓ ମାଷ୍ଟରମାଇଣ୍ଡଙ୍କୁ ଟଙ୍କା ପଠାଇବା ଦାୟିତ୍ୱରେ ଥିଲେ। ଏଥିପାଇଁ ଚାଇନା ନାଗରିକଙ୍କଠାରୁ ସେ କମିଶନ ଆକାରରେ ବିପୁଳ ଟଙ୍କା ପାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?