Posted inଜାତୀୟ

ପୁଣି ଭାରତ-ଚାଇନା ମୁହାଁମୁହିଁ: ୩୦ରୁ ଊର୍ଦ୍ଧ୍ୱ ଯବାନ ଆହତ

ଇଟାନଗର,୧୨।୧୨: ଅରୁଣାଚଳପ୍ରଦେଶ ଏଲ୍‌ଏସିରେ ଭାରତ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ଉଭୟ ପକ୍ଷର ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ୩ ଦିନ ପୂର୍ବରୁ ଅର୍ଥାତ୍‌ ଡିସେମ୍ବର ୯ତାରିଖ ରାତିରେ ତ୍ୱାଙ୍ଗ ଜିଲାର ଏଲ୍‌ଏସି ନିକଟରେ ହୋଇଥିବା ନେଇ ସୋମବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚାଇନାର ପିପୁଲ୍ସ ଲିବରେସନ୍‌ ଆର୍ମି(ପିଏଲ୍‌ଏ)ର ସୈନ୍ୟ ତ୍ୱାଙ୍ଗର ଏଲ୍‌ଏସିରେ ପହଞ୍ଚିବାକୁ ଚାହୁଁଥିଲେ। ହେଲେ ଭାରତୀୟ ସେନା ଷଡ଼ଯନ୍ତ୍ରକୁ ପଣ୍ଡ କରିବା ସହ ତାଙ୍କୁ ବିରୋଧ କରି ଦୃଢ଼ ଜବାବ ଦେଇଥିଲେ। ଏହି ସମୟରେ ଦୁଇ ଦେଶର ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉକ୍ତ ଘଟଣାରେ ଭାରତର ୩୦ରୁ ଊର୍ଦ୍ଧ୍ୱ ଯବାନ ସାମାନ୍ୟ ଆହତ ହୋଇଥିବା ବେଳେ ଚାଇନା ସୈନ୍ୟ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଶାନ୍ତି ରକ୍ଷା ପାଇଁ ଭାରତର କମାଣ୍ଡସ୍ତରୀୟ ଏକ ଜରୁରୀ ବୈଠକ ବସିଛି। ଚାଇନା କମାଣ୍ଡରଙ୍କ ସହ ଭାରତର କମାଣ୍ଡର ଏକ ଫ୍ଲାଗ୍‌ ମିଟିଂ ପରେ ଉଭୟ ପକ୍ଷ ତୁରନ୍ତ ଉକ୍ତ ଅଞ୍ଚଳରୁ ପଛକୁ ଘୁଞ୍ଚିଥିବା ସୂଚନା ରହିଛି। ଅନ୍ୟପଟେ ଏନେଇ ଭାରତୀୟ ସେନା ଅଧିକାରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ସାମ୍ନାକୁ ଆସିନାହିଁ। ସୂଚନା ମୁତାବକ, ଜୁନରେ ଲଦାଖ ଗଲାଓ୍ବାନ ଘାଟିରେ ଘଟିଥିବା ହିଂସାତ୍ମକ ସଂଘର୍ଷ ଘଟଣା ପରେ ଦୁଇ ଦେଶ ମଧ୍ୟ ତିକ୍ତତା ଦେଖାଦେଇଥିଲା। ଏବେ ପୁଣି ଥରେ ଚାଇନା ଓ ଭାରତ ମୁହାଁମୁହିଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri