Posted inଜାତୀୟ

ପୁଣି ଭାରତ-ଚାଇନା ମୁହାଁମୁହିଁ: ୩୦ରୁ ଊର୍ଦ୍ଧ୍ୱ ଯବାନ ଆହତ

ଇଟାନଗର,୧୨।୧୨: ଅରୁଣାଚଳପ୍ରଦେଶ ଏଲ୍‌ଏସିରେ ଭାରତ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ଉଭୟ ପକ୍ଷର ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ୩ ଦିନ ପୂର୍ବରୁ ଅର୍ଥାତ୍‌ ଡିସେମ୍ବର ୯ତାରିଖ ରାତିରେ ତ୍ୱାଙ୍ଗ ଜିଲାର ଏଲ୍‌ଏସି ନିକଟରେ ହୋଇଥିବା ନେଇ ସୋମବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚାଇନାର ପିପୁଲ୍ସ ଲିବରେସନ୍‌ ଆର୍ମି(ପିଏଲ୍‌ଏ)ର ସୈନ୍ୟ ତ୍ୱାଙ୍ଗର ଏଲ୍‌ଏସିରେ ପହଞ୍ଚିବାକୁ ଚାହୁଁଥିଲେ। ହେଲେ ଭାରତୀୟ ସେନା ଷଡ଼ଯନ୍ତ୍ରକୁ ପଣ୍ଡ କରିବା ସହ ତାଙ୍କୁ ବିରୋଧ କରି ଦୃଢ଼ ଜବାବ ଦେଇଥିଲେ। ଏହି ସମୟରେ ଦୁଇ ଦେଶର ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉକ୍ତ ଘଟଣାରେ ଭାରତର ୩୦ରୁ ଊର୍ଦ୍ଧ୍ୱ ଯବାନ ସାମାନ୍ୟ ଆହତ ହୋଇଥିବା ବେଳେ ଚାଇନା ସୈନ୍ୟ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଶାନ୍ତି ରକ୍ଷା ପାଇଁ ଭାରତର କମାଣ୍ଡସ୍ତରୀୟ ଏକ ଜରୁରୀ ବୈଠକ ବସିଛି। ଚାଇନା କମାଣ୍ଡରଙ୍କ ସହ ଭାରତର କମାଣ୍ଡର ଏକ ଫ୍ଲାଗ୍‌ ମିଟିଂ ପରେ ଉଭୟ ପକ୍ଷ ତୁରନ୍ତ ଉକ୍ତ ଅଞ୍ଚଳରୁ ପଛକୁ ଘୁଞ୍ଚିଥିବା ସୂଚନା ରହିଛି। ଅନ୍ୟପଟେ ଏନେଇ ଭାରତୀୟ ସେନା ଅଧିକାରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ସାମ୍ନାକୁ ଆସିନାହିଁ। ସୂଚନା ମୁତାବକ, ଜୁନରେ ଲଦାଖ ଗଲାଓ୍ବାନ ଘାଟିରେ ଘଟିଥିବା ହିଂସାତ୍ମକ ସଂଘର୍ଷ ଘଟଣା ପରେ ଦୁଇ ଦେଶ ମଧ୍ୟ ତିକ୍ତତା ଦେଖାଦେଇଥିଲା। ଏବେ ପୁଣି ଥରେ ଚାଇନା ଓ ଭାରତ ମୁହାଁମୁହିଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?