ତୁର୍କୀ ଭୂକମ୍ପରେ ଭାରତୀୟ ନାଗରିକ ସୁରକ୍ଷିତ

ଆଙ୍କାରା,୧୧ା୨: ତୁର୍କୀରେ ହୋଇଥିବା ଭୟଙ୍କର ଭୂକମ୍ପରେ ଭାରତୀୟ ନାଗରିକମାନେ ଫସି ରହିଥିବାର କୌଣସି ଖବର ନାହିଁ। ଏନେଇ ତୁର୍କୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ବୀରେନ୍ଦ୍ର ପାଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପର୍ଯ୍ୟନ୍ତ ଭୂକମ୍ପ ପ୍ରଭାବିତ ତୁର୍କୀରେ କୌଣସି ଭାରତୀୟ ଫସିଥିବା ସୂଚନା ନାହିଁ। ତୁର୍କୀରେ ୩୦୦୦ ଭାରତୀୟ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶ ଭୂକମ୍ପ ପ୍ରଭାବିତ ଅଞ୍ଚଳଠାରୁ ଦୂରରେ ଅଛନ୍ତି। ଏପର୍ଯ୍ୟନ୍ତ କୌଣସି ଭାରତୀୟଙ୍କର କିଛି କ୍ଷତି ହୋଇଥିବା ଖବର ଆମ ପାଖରେ ନାହିଁ।

ତୁର୍କୀ-ସିରିଆ ଭୂକମ୍ପରେ ଭାରତର ସହାୟତା ପ୍ରୟାସ ସମ୍ପର୍କରେ ଭାରତୀୟ ରାଷ୍ଟ୍ରଦୂତ ସୂଚନା ଦେଇଛି, ହାଟେ ପ୍ରଦେଶରେ ଭାରତୀୟ ସେନା ଦ୍ୱାରା ଏକ ଫିଲ୍ଡ ହସ୍ପିଟାଲ ସ୍ଥାପନ କରାଯାଇଛି। ଏହି ୩୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ନିର୍ମାଣ ପାଇଁ ଡାକ୍ତରୀ କର୍ମଚାରୀଙ୍କୁ ଦୁଇଟି ସି-୧୭ ବିମାନରେ ଭାରତ ତୁର୍କୀ ପଠାଇଥିଲା। ସେ ଆହୁରି ମଧ୍ୟ କହିଛନ୍ତି, ତୁର୍କୀରେ ପରିସ୍ଥିତି ଅତ୍ୟନ୍ତ ଅସ୍ଥିର ଅଟେ। ପ୍ରତିଦିନ ନୂଆ ଆବଶ୍ୟକତା ଆମକୁ ଦେଖାଯାଉଛି। ଭାରତ ସ୍ଥାନୀୟ ଆବଶ୍ୟକତା ପ୍ରତି ବେଶ୍‌ ସମ୍ବେଦନଶୀଳ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?