Posted inଜାତୀୟ

ପାକିସ୍ତାନ-ବାଂଲାଦେଶ-ଆଫଗାନିସ୍ତାନର ୧୦୮ ହିନ୍ଦୁଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ…

ଅହମଦାବାଦ,୧୩।୯ : ପଡୋଶୀ ଦେଶ ଆଫଗାନିସ୍ତାନ, ପାକିସ୍ଥାନ ଏବଂ ବାଂଲାଦେଶରେ ଧାର୍ମିକ ର୍ନିଯାତନାର ଶିକାର ହେବା ପରେ ଭାରତ ପଳାଇ ଆସିଥିବା ୧୦୮ ହିନ୍ଦୁଙ୍କୁ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ହର୍ଷ ସାଙ୍ଗଭୀ ଭାରତୀୟ ନାଗରିକତ୍ୱ ପ୍ରଦାନ କରିଛନ୍ତି। ଅହମଦାବାଦ ଜିଲା ପ୍ରଶାସନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାଙ୍ଗଭୀ ଭାରତକୁ ଆସି ବର୍ତ୍ତମାନ ଅହମଦାବାଦରେ ରହୁଥିବା ବିଦେଶୀ ହିନ୍ଦୁଙ୍କୁ ଭାରତୀୟ ନାଗରିକତ୍ୱ ପ୍ରମାଣପତ୍ର ପ୍ରଦାନ କରିଛନ୍ତି।

ଏହି କାର୍ଯ୍ୟକ୍ରମ ସମୟରେ ମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ’ଆପଣ ସମସ୍ତେ କିପରି ଅଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏବେ ହସନ୍ତୁ କାରଣ ବର୍ତ୍ତମାନ ଆପଣମାନେ ଭାରତୀୟ ନାଗରିକ। ମନ୍ତ୍ରୀ କହିଛନ୍ତି ନୂଆ ଭାରତର ସ୍ବପ୍ନକୁ ସାକାର କରିବା ପାଇଁ ଆମେ ସମସ୍ତେ ମିଳିତ ଭାବେ କାର୍ଯ୍ୟ କରିବା ଉଚିତ। ସେ କହିଛନ୍ତି, ମୁଁ ଆଶା କରୁଛି ଆପଣ ସମସ୍ତେ ଦେଶର ବିକାଶ ଯାତ୍ରାରେ ଭାଗ ନେବାକୁ ଆଗ୍ରହ ପ୍ରକାଶ କରିବେ। ସେ ସମସ୍ତଙ୍କୁ ଆଶ୍ୱାସନା ଦେଇଛନ୍ତି ସେମାନେ ଗୁଜରାଟରେ ନିଜକୁ ସୁରକ୍ଷିତ ଅନୁଭବ କରିବେ ଏବଂ ସରକାରୀ ସୁବିଧା ଏବଂ ଯୋଜନାରେ ପ୍ରବେଶ କରିବାର କ୍ଷମତା ସହିତ ନାଗରିକର ସମସ୍ତ ଅଧିକାର ଉପଭୋଗ କରିବେ ।

ମନ୍ତ୍ରୀ ସାଙ୍ଗଭୀ ଏହା ମଧ୍ୟ କହିଛନ୍ତି ଅହମଦାବାଦର ୧୦୮ ଟି ଘରେ ଦୀପାବଳି ପରି ଉତ୍ସବର ପରିବେଶ ରହିବ ଯେଉଁମାନଙ୍କୁ ଭାରତୀୟ ନାଗରିକତା ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଏକ ପରିବାରରେ ପିଲା ଜନ୍ମ ହେଲେ ସେ ଭାରତୀୟ ନାଗରିକତା ପାଇବାର ଆନନ୍ଦକୁ ଅନୁଭୂତି ସହିତ ତୁଳନା କରିଥିଲେ। ଏଥିସହ, ସେ ଗୁରୁତ୍ୱାରୋପ କରିଛନ୍ତି ବସୁଧୈବ କୁଟୁମ୍ବକମର ଭାବନା ଅନୁସାରେ ଜଗତ ଗୋଟିଏ ପରିବାର ପ୍ରକୃତରେ ପ୍ରତିପାଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri