Posted inଜାତୀୟ

ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବେ ବିବେଚନା କରେ ଭାରତୀୟ ସଭ୍ୟତା: ମୋଦି

କୋଓ୍ବିନ ଗ୍ଲୋବାଲ କନକ୍ଲେଭ୍‌ରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ମତ ରଖିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ସଭ୍ୟତା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବରେ ବିବେଚନା କରେ। କରୋନା ମହାମାରୀ ଅନେକ ଲୋକଙ୍କୁ ଭାରତୀୟ ଦର୍ଶନର ଏହି ମୌଳିକ ସତ୍ୟକୁ ହୃଦୟଙ୍ଗମ କରାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହାସହ କୋଭିନ ଗ୍ଲୋବାଲ କନକ୍ଲେଭରେ ପ୍ରଧାନମନ୍ତ୍ରୀ କରୋନା ମହାମାରୀରେ ନିହତ ହୋଇଥିବା ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ଯେଉଁ ଦେଶରେ କରୋନା ସଂକ୍ରମଣ ହେତୁ ଲୋକମାନେ ମୃତ୍ୟୁବରଣ କରିଛନ୍ତି, ମୁଁ ସେହି ସମସ୍ତ ଲୋକଙ୍କୁ ସମବେଦନା ଜଣାଉଛି। ଏକ ରାଷ୍ଟ୍ର ଯେତେ ଶକ୍ତିଶାଳୀ ହେଉନା କାହିଁକି, ଏଭଳି ମହାମାରୀର ଏକୁଟିଆ ସାମ୍ନା କରିପାରିବ ନାହିଁ।

କୋଓ୍ବିନ୍‌ ଗ୍ଲୋବାଲ ସମ୍ମିଳନୀରେ, ଭାରତ ଅନ୍ୟଦେଶଗୁଡିକୁ ଟିକାକରଣ ଅଭିଯାନ ଚଳାଇବା ପାଇଁ ଡିଜିଟାଲ ଜନସେବା ଭାବରେ କୋଓ୍ବିନ୍‌ ପ୍ଲାଟଫର୍ମ ପ୍ରଦାନ କରିଥିଲା। ଉଲ୍ଲେଖନୀୟ କଥା ହେଉଛି, କାନାଡା, ମେକ୍ସିକୋ, ନାଇଜେରିଆ, ପାନାମା ଏବଂ ଉଗାଣ୍ଡା ସମେତ ପ୍ରାୟ ୫୦ଟି ଦେଶ ଟିକାକରଣ ଅଭିଯାନ ପାଇଁ ଡିଜିଟାଲ ପ୍ଲାଟଫର୍ମ କୋଓ୍ବିନ ଗ୍ରହଣ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ନିକଟରେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ (ଏନ୍‌ଏଚ୍‌ଏ)ର ସିଇଓ ଡକ୍ଟର ଆର.ଏସ ଶର୍ମା ଏହି ସୂଚନା ଦେଇଥିଲେ। ସେ କହିଥିଲେ ଯେ, ସଫ୍ଟୱେୟାର ମାଗଣାରେ ଶେୟାର କରିବାକୁ ଭାରତ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri