୩୦୦୦ କାର ନେଇ ଯାଉଥିବା ମାଲବାହୀ ଜାହାଜରେ ଲାଗିଲା ନିଆଁ, ବୁଡିଯିବା ସମ୍ଭାବନା, ଜଣେ ଭାରତୀୟ ମୃତ, ୨୦ ଆହତ

ଲଣ୍ଡନ,୨୭।୭: ନେଦରଲ୍ୟାଣ୍ଡସ ଉପକୂଳରେ ପ୍ରାୟ ୩୦୦୦ କାର ନେଇ ଯାଉଥିବା ଏକ ମାଲବାହୀ ଜାହାଜରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ନେଦରଲ୍ୟାଣ୍ଡସ କୋଷ୍ଟଗାର୍ଡଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି କି ଏହି ନିଆଁ କିଛିଦିନ ଧରି ଜଳିବ। ଏହାକୁ ଲିଭାଇବାକୁ ପ୍ରୟାସ ଆରମ୍ଭ କରାଯାଇଛି।

ସୂଚନାଯୋଗ୍ୟ, ୧୯୯ ମିଟର ଲମ୍ବ ପାନାମାର କାର୍ଗୋ ଜାହାଜ ଫ୍ରେମାଣ୍ଟଲ ହାଇୱେ ଜର୍ମାନୀରୁ ଇଜିପ୍ଟକୁ ଯାଉଥିଲା କିନ୍ତୁ ମଙ୍ଗଳବାର ରାତିରେ ନେଦରଲ୍ୟାଣ୍ଡସ୍‌ ଉପକୂଳରେ ଜାହାଜରେ ନିଆଁ ଲାଗିଯାଇଥିଲା। ନେଦରଲ୍ୟାଣ୍ଡସରେ ଥିବା ଭାରତୀୟ ଦୂତାବାସ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ ଏହି ଦୁର୍ଘଟଣାରେ ଜଣେ ଭାରତୀୟ ନାଗରିକଙ୍କର ମୃତ୍ୟୁ ହୋଇଛି। ଦୂତାବାସ କହିଛି ଯେ ମୃତକଙ୍କ ସମ୍ପର୍କୀୟଙ୍କ ସହ ଯୋଗାଯୋଗ କରାଯାଇଛି ଏବଂ ଶୀଘ୍ର ମୃତଦେହ ଭାରତକୁ ପଠାଯିବ।
ଦୂତାବାସ କହିଛି ଯେ ଏହି ଦୁର୍ଘଟଣାରେ ଆହତ ହୋଇଥିବା ୨୦ଜଣଙ୍କ ସହ ଯୋଗାଯୋଗରେ ଅଛି ଏବଂ କାର୍ଗୋ ଜାହାଜ ଚଳାଉଥିବା କମ୍ପାନୀ ସହ ସମନ୍ବୟ ରକ୍ଷା କରି ସେମାନଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯାଉଛି।
ଅନୁମାନ କରାଯାଉଛି କି ଜାହାଜରେ ୨୫ଟି ଇଲେକ୍ଟ୍ରିକ କାର ଥିବା ବେଳେ ଗୋଟିଏରେ ନିଅଁା ଲାଗିବାରୁ ଏହା ସବୁଆଡକୁ ବ୍ୟାପିଯାଇଥାଇପାରେ। ଅଗ୍ନୀଶମ ବିଭାଗର କର୍ମୀ ଦୀର୍ଘ ପ୍ରାୟ ୧୬ ଘଣ୍ଟା ହେବ କଠିନ ପରିଶ୍ରମ କରିଥିଲେ ବି ଏବେ ପର୍ଯ୍ୟନ୍ତ ନିଆଁ ଲିଭି ନାହିଁ। ଏବେ ଆଶଙ୍କା କରାଯାଉଛି କି ନିଆଁ ଲିଭାଇବାକୁ ବହୁପରିମାଣରେ ପାଣି ବ୍ୟବହାର ଦ୍ୱାରା ଜାହାଜଟି ବୁଡି ଯିବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri