Posted inଖେଳ

ରୋହିତ-କୋହଲି ଏକାଠି ଗାଇଲେ ‘ମା ତୁଝେ ସଲାମ …’, ଶୁଣି ଲୋମ ଟାଙ୍କୁରି ଉଠିବ

ମୁମ୍ବାଇ,୫।୭: ଟି୨୦ କ୍ରିକେଟ ବିଶ୍ୱକପ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ଭାରତୀୟ ଦଳର ବିଜୟ ପରେଡ୍‌ ହୋଇଥିଲା। ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଳିମାନେ ଡିଜେ ତାଳରେ ଡ୍ୟାନ୍ସ ଦେଖିବାକୁ ମିଳିଥିଲା। ଏହି ସମସ୍ତ ମୁହୂର୍ତ୍ତଗୁଡିକ ଅତ୍ୟନ୍ତ ସ୍ୱତନ୍ତ୍ର ଥିଲା। ମୁହୂର୍ତ୍ତର ଏକ ଭିଡିଓ ବିସିସିଆଇ ଶେୟାର କରିଛି ଯେଉଁଥିରେ ବିରାଟ କୋହଲି, ରୋହିତ ଶର୍ମା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ‘ମା ତୁଝେ ସଲାମ’ ଗାଉଥିବାର ନଜର ଆସିଛନ୍ତି।

ଏହି ଭିଡିଓ ଦେଖିବା ପରେ ଆପଣଙ୍କ ଲୋମ ଟାଙ୍କୁରି ଉଠିବ। ଏହି ଭିଡିଓରେ ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ନଜର ଆସିଛନ୍ତି ଯେଉଁଥିରେ ବିରାଟ କୋହଲି ବହୁତ ଆଗରେ ଅଛନ୍ତି। ଏହି ସମୟ ମଧ୍ୟରେ ବିରାଟ ତ୍ରିରଙ୍ଗା ପତାକା ଧରି ନାଚୁଛନ୍ତି। ବିରାଟଙ୍କ ପାଖରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦେଖିବାକୁ ମିଳୁଛି। ପୁରା ଟିମ୍ ଷ୍ଟାଡିୟମ୍ ବୁଲୁଥିଲେ। ଏହି ସମୟରେ ବନ୍ଦେ ମାତରମ ସଂଗୀତରେ ପୁରା ଷ୍ଟାଡିୟମ ଗୁଞ୍ଜରି ଉଠିଥିଲା।

ଓ୍ବାଙ୍ଖେଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ଥିବା ବେଳେ ଭାରତୀୟ ଖେଳାଳି ମାନେ ଏକ ଖୋଲା ଛାତ ବସ୍‌ରେ ନରିମାନ ପଏଣ୍ଟରୁ ଷ୍ଟାଡିୟମ ଯାଏ ଯାତ୍ରା କରିଥିଲେ। ଆରମ୍ଭରୁ ସନ୍ଧ୍ୟା ୫ଟାରେ ଏହି ବିଜୟ ପରେଡ୍‌ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଖେଳାଳି ମାନେ ବିଳମ୍ବରେ ପହଞ୍ଚିବା କାରଣରୁ ୭.୩୦ ପରେ ଏହା ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଭାରତୀୟ ଦଳ ୩.୪୨ ମିନିଟରେ ଦିଲ୍ଲୀ ଛାଡିଥିଲା। ଭାରତୀୟ ଖେଳାଳିଙ୍କ ଝଲକ ପାଇବା ପାଇଁ ମେରାଇନ୍‌ ଡ୍ରାଇଭ୍‌ର ସଡକ ଜନସମୁଦ୍ର ପାଲଟିଥିଲା। ଓ୍ବାଙ୍ଖେଡେ ଷ୍ଟାଡିୟମ ସାଧାରଣ ଜନତାଙ୍କ ପାଇଁ ମୁକ୍ତ ବୋଲି ଘୋଷଣା କରାଯିବାର କିଛି ମିନିଟ ମଧ୍ୟରେ ଏହା ଭରି ଯାଇଥିଲା।

ଭାରତୀୟ ଖେଳାଳି ଭିସ୍ତାରା ବିମାନରେ ଛତ୍ରପତି ଶିବାଜୀ ମହାରାଜ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ପ୍ରଥମେ ଓ୍ବାଟର ସାଲ୍ୟୁଟ ମିଳିଥିଲା। ଟର୍ମିନାଲ-୨ ଦେଇ ଭାରତୀୟ ଖେଳାଳି ବାହାରକୁ ଆସିବା ସହ ନରିମାନ ପଏଣ୍ଟରୁ ଖୋଲା ବସ୍‌ରେ ଚଢିଥିଲେ। ତୁହାକୁ ତୁହା ବର୍ଷା ଓ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ କ୍ରିକେଟ ଫ୍ୟାନଙ୍କ ମଧ୍ୟରେ ଅଫୁରନ୍ତ ଉତ୍ସାହ ଦେଖିବାକୁ ମିଳିଥିଲା। ଷ୍ଟାଡିୟମରେ ମଧ୍ୟ ଜଣେ ବି ଦର୍ଶକ ନିଜ ସ୍ଥାନ ଛାଡି ନ ଥିବା ଦେଖିବାକୁ ମିଳିଥିଲା। ଘଣ୍ଟା ଘଣ୍ଟା ଧରି ବିନା ଖାଦ୍ୟ ଓ ପାଣିରେ ବସିବାକୁ ପଡିଥିଲେ ମଧ୍ୟ କେହି ବି ନିଜ ସ୍ଥାନ ଛାଡି ନ ଥିଲେ। ଷ୍ଟାଡିୟମରେ ଡିଜେ ତାଳରେ ରେନ୍‌ ଡ୍ୟାନ୍ସ ଦେଖିବାକୁ ମିଳିଥିଲା। ଇଣ୍ଡିଆ ଇଣ୍ଡିଆ, ସଚିନ୍‌.. ସଚିନ୍‌.. ଓ ମୁମ୍ବାଇ ଚା ରାଜା, ରୋହିତ ଶର୍ମା ଭଳି ଧ୍ୱନିରେ ଷ୍ଟାଡିୟମ ପ୍ରକମ୍ପିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?