Posted inଖେଳ

ଆଡିଲେଡ୍‌ ଟେଷ୍ଟରେ ଭାରତର ଲଜ୍ଜାଜନକ ରେକର୍ଡ: ୩୬/୯ ଦ୍ୱିତୀୟ ଇନିଂସ ଘୋଷଣା

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଭାରତ ଖରାପ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ମାତ୍ର ୩୬ ରନ୍‌ରେ ୯ ଉଇକେଟ ହରାଇ ପାଳି ଘୋଷଣା କରିଛି। ପ୍ରଥମ ଇନିଂସରେ ୫୩ରନ୍‌ରେ ଅଗ୍ରଣୀ ରହିଥିଲା ଭାରତ। ଏଣୁ ଘରୋଇ ଦଳକୁ ମାତ୍ର ୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।

ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ୧୯୧ରନ୍‌ କରି ଅଲ୍‌ଆଉଟ୍‌ ହୋଇଥିଲା ଅଷ୍ଟ୍ରେଲିଆ ଦଳ। ପରେ ଭାରତୀୟ ଦଳ ଦ୍ୱିତୀୟ ଇନିଂସ ଖେଳ ୯/୧ରୁ ଆରମ୍ଭ କରିଥିଲା। ହେଲେ ୧୫ରନ୍‌ କରି ୪, ୧୯ ରନ୍‌ରେ ୬, ୩୧/୯ ଉଇକେଟ୍‌ ହରାଇଥିଲା ଦଳ। ପ୍ରଥମେ ଜସପ୍ରିତ ବୁମରାହ(୨) ପେଟ୍‌ କମିନ୍ସଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ। ପରେ ଚେତେଶ୍ୱର ପୂଜାରା(୦), ମୟଙ୍କ ଅଗ୍ରଓ୍ବାଲ(୯), ଅଜିଙ୍କ୍ୟ ରାହାଣେ(୦), ବିରାଟ କୋହଲି(୪), ରିଦ୍ଧିମାନ ଶାହା(୪), ରବିଚନ୍ଦ୍ରନ ଅଶ୍ୱିନ(୦), ହନୁମା ବିହାରୀ(୮) ଆଉଟ୍‌ ହୋଇଥିଲେ। ତେବେ ମହମ୍ମଦ ଶାମି ଆହତ ହେବା ଯୋଗୁ ଭାରତୀୟ ଦଳ ୩୬/୯ରେ ପାଳି ଘୋଷଣା କରିବାକୁ ବାଧ୍ୟ ହୋଇଛି। ଅଷ୍ଟ୍ରେଲିଆ ପକ୍ଷରୁ ଜୋଶ ହେଜଲଉଡ୍‌ ୫ ଓଭରରେ ୮ ରନ ଦେଇ ୫ ଉଇକେଟ ନେଇଛନ୍ତି। ସେହିଭଳି କମିନ୍ସ ୧୦.୨ ଓଭରରେ ୨୧ ରନ୍‌ ଦେଇ ୪ ଉଇକେଟ୍‌ ନେଇଛନ୍ତି।

୧୯୭୪ରେ ଇଲଂଣ୍ଡ ବିପକ୍ଷରେ ଭାରତୀୟ ଦଳ ସର୍ବନିମ୍ନ ସ୍କୋର ୪୨ ରନ୍‌ କରିଥିଲା। ଆଡିଲେଡ୍‌ ଟେଷ୍ଟରେ ଦଳ ଏହାକୁ ଭାଙ୍ଗି ସର୍ବନିମ୍ନ ସ୍କୋରର ଲଜ୍ଜାଜନକ ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?