Posted inଖେଳ

ପୁଣି ଜଣେ କ୍ରିକେଟର୍‌ଙ୍କୁ କରୋନା

ନୂଆଦିଲ୍ଲୀ,୩୦।୩: ସଡକ ସୁରକ୍ଷା ବିଶ୍ୱ ସିରିଜ ଭାରତୀୟ ଖେଳାଳିଙ୍କ ପାଇଁ ଏକ ସମସ୍ୟା ପାଲଟିଛି। ଏପର୍ଯ୍ୟନ୍ତ ଏହି ସିରିଜ୍‌ ଖେଳିଥିବା ୪ ଜଣ ଭାରତୀୟ ଖେଳାଳି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଚିନ ତେନ୍ଦୁଲକର, ୟୁସୁଫ ପଠାନ ଏବଂ ଏସ ବଦ୍ରିନାଥ ପରେ ଏବେ ଅଲରାଉଣ୍ଡର ଇରଫାନ ପଠାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମ୍ପ୍ରତି ରାୟପୁରରେ ଶେଷ ହୋଇଥିବା ସଡକ ସୁରକ୍ଷା ବିଶ୍ୱ ସିରିଜରେ ଏହି ୪ ଖେଳାଳିଙ୍କ ଭାଗ ନେଇଥିଲେ। ଇରଫାନ ପଠାନ ସୋସିଆଲ ମିଡିଆରେ ଲେଖିଛନ୍ତି, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ମୋର କରୋନା ଲକ୍ଷଣ ମଧ୍ୟ ଅଛି। ମୁଁ ନିଜକୁ ଅଲଗା କରି ଘରେ କ୍ୱାରାଣ୍ଟାଇନରେ ଅଛି। ଅତୀତରେ ମୋ ସହିତ ଯୋଗାଯୋଗ କରିଥିବା ସମସ୍ତଙ୍କୁ ମୁଁ ଅନୁରୋଧ କରୁଛ। ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ। ସମସ୍ତ ମାସ୍କ ପିନ୍ଧନ୍ତୁ ଏବଂ ସାମାଜିକ ଦୂରତା ଅନୁସରଣ କରନ୍ତୁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଛତିଶଗଡର ରାୟପୁରରେ ଆୟୋଜିତ ସଡକ ସୁରକ୍ଷା ବିଶ୍ୱ ସିରିଜରେ ଟାଇଟଲ ଜିତିଥିଲା ସଚିନ ତେନ୍ଦୁଲକରଙ୍କ ନେତୃତ୍ୱଧୀନ ଇଣ୍ଡିଆ ଲିଜେଣ୍ଡସ। ଏହି ଟୁର୍ନାମେଣ୍ଟରେ ୬ଟି ଦେଶର ଖେଳାଳି ଅଂଶଗ୍ରହଣ କରିଥିଲେ। ଭାରତ ବ୍ୟତୀତ ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା, ବାଂଲାଦେଶ ଏବଂ ଇଂଲଣ୍ଡ ଦଳ ମଧ୍ୟ ସାମିଲ ହୋଇଥିଲେ। ଫାଇନାଲରେ ଭାରତ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri