Posted inଖେଳ

ଭାରତୀୟ କ୍ରିକେଟର୍‌ ନୂତନ ଯୁଗ ଆରମ୍ଭ

ଜୟପୁର,୧୬।୧୧: ଟିମ ଇଣ୍ଡିଆର ନୂତନ ଯୁଗ ଆରମ୍ଭ ହୋଇଛି। ନବ ନିଯୁକ୍ତ ମୁଖ୍ୟ କୋଚ ରାହୁଲ ଦ୍ରାଭିଡ ଏବଂ ନୂତନ ଟି-୨୦ ଅନ୍ତର୍ଜାତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ପଡିଆକୁ ଓହ୍ଲାଇଥିଲା। ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଅଭ୍ୟାସ ଅଧିବେଶନରେ ଟିମ ଇଣ୍ଡିଆ ଅଂଶଗ୍ରହଣ କରିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ନଭେମ୍ବର ୧୭ରେ ଖେଳାଯିବ। ରାହୁଲ ଦ୍ରାବିଡଙ୍କ ସହ ପାରାସ ହାମବ୍ରେ ଏବଂ ବ୍ୟାଟିଂ କୋଚ ବିକ୍ରମ ରଠୋର ମଧ୍ୟ ଜଡିତ ଥିଲେ। ଅଭ୍ୟାସ ଅଧିବେଶନ ଆରମ୍ଭ କରିବା ପାଇଁ ଏହି ତିନି ଜଣ ଆସିଥିଲ। ଟି -୨୦ ଅନ୍ତର୍ଜାତୀୟ ଅଧିନାୟକ ରୋହିତ ଶର୍ମା ମଧ୍ୟ ଏମାନଙ୍କ ସହ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଥିଲା।
ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳିବ ଏବଂ ଏହା ପରେ ଦୁଇଟି ଟେଷ୍ଟ ମ୍ୟାଚ ଖେଳିବ। ପ୍ରଥମ ଟି -୨୦ ମ୍ୟାଚ ନଭେମ୍ବର ୧୭ ରେ (ଜୟପୁର), ଦ୍ୱିତୀୟ ଟି -୨୦ ମ୍ୟାଚ ନଭେମ୍ବର ୧୯ରେ(ରାଞ୍ଚି) ଏବଂ ତୃତୀୟ ଟି -୨୦ ମ୍ୟାଚ ନଭେମ୍ବର ୨୧ରେ (କୋଲକାତା)ରେ ଖେଳାଯିବ। କାନପୁର (୨୫-୨୯ ନଭେମ୍ବର) ଏବଂ ମୁମ୍ବାଇ (୩-୭ ଡିସେମ୍ବର) ରେ ଦୁଇଟି ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri