ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଜଗନ୍ନାଥଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେ ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ। କଡ଼ା ସୁରକ୍ଷାରେ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା।

ଗୁରୁବାର ନାଗପୁରରେ ପ୍ରଥମ ଦିନିକିଆ ଖେଳିବା ପରେ ଉଭୟ ଟିମ୍‌ ଇଣ୍ଡିଆ ଓ ଇଂଲଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ପାରମ୍ପରିକ ବାଦ୍ୟ ଓ ନୃତ୍ୟ ମଧ୍ୟରେ ଉଭୟ ଦଳକୁ ସ୍ବାଗତ କରାଯାଇଥିଲା। ସନ୍ଧ୍ୟା ୭ଟା ୪୦ ମିନିଟରେ ଭାରତ ଓ ଇଂଲଣ୍ଡ ଦଳ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୨ଟି ସ୍ବତନ୍ତ୍ର ବସ୍‌ ଯୋଗେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ମେ ଫେୟାର ହୋଟେଲକୁ ଅଣାଯାଇଥିଲା। ଉଭୟ ଦଳର ଖେଳାଳି ବିମାନବନ୍ଦର ଭିତରୁ ବସ୍‌ଯୋଗେ ବାହାରକୁ ଆସିଥିଲେ। ତେବେ କ୍ରିକେଟ ପାଇଁ ପାଗଳ ପ୍ରାୟ ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କ ଟିକେ ଝଲକ ପାଇବା ପାଇଁ ବିମାନ ବନ୍ଦରଠାରୁ ଆରମ୍ଭ କରି ବିଭିନ୍ନ ଛକରେ ରାସ୍ତାର ଦୁଇପାର୍ଶ୍ୱ ଏବଂ ମେ ଫେୟାର ହୋଟେଲ ନିକଟରେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ। ମ୍ୟାଚକୁ ସଫଳତାର ସହ ଆୟୋଜନ ପାଇଁ ସରକାରୀ ସ୍ତରରୁ ଆରମ୍ଭ କରି ଓଡ଼ିଶା କ୍ରିକେଟ ଆସୋସିଏଶନ ଓ ଟୁଇନ୍‌ ସିଟିର ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ହୋଇଛି। ମ୍ୟାଚକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବାକୁ ନିଷ୍ପତ୍ତି ହୋଇଛି।
ଖେଳାଳିମାନେ ଶୁକ୍ରବାର ହୋଟେଲରେ ବିଶ୍ରାମ ନେବାପରେ ଶନିବାର ଅଭ୍ୟାସ ପାଇଁ ବାରବାଟୀ ଷ୍ଟାଡିୟମ ଯିବେ। ଉଭୟ ଦଳର ଖେଳାଳି ମେ ଫେୟାରରୁ ବାହାରି ଜାତୀୟ ରାଜପଥ ୧୬ ରସୁଲଗଡ ଦେଇ କଟକ ବାରବାଟୀ ଯିବାକୁ ରୁଟ ଲାଇନ ପ୍ରସ୍ତୁତ ହୋଇଛି। ଚୂଡ଼ାନ୍ତ ହୋଇଥିବା କାର୍ଯ୍ୟସୂଚୀ ଅନୁସାରେ ଇଂଲଣ୍ଡ ଦଳ ଅପରାହ୍ନ ୧ଟାରୁ ୪ଟା ପର୍ଯ୍ୟନ୍ତ ଅଭ୍ୟାସ କରିବ। ଏହାପରେ ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଝାଳ ବୁହାଇବ ଟିମ୍‌ ଇଣ୍ଡିଆ। ଏହି ସମୟରେ ଉଭୟ ଦଳ ପଡ଼ିଆ ଓ ପିଚ୍‌ ନିରୀକ୍ଷଣ କରିବେ। ପ୍ରଥମ ମ୍ୟାଚରେ ଭାରତ ବିଜୟୀ ହୋଇଥିବାରୁ ଏଠାରେ ସେହି ପ୍ରଦର୍ଶନ ଦୋହରାଇ ସିରିଜ ବିଜୟୀ ହେବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ନାଗପୁର ପରାଜୟର କାରଣ ଖୋଜି ତ୍ରୁଟି ସୁଧାରିବାକୁ ଚେଷ୍ଟା କରିବ ଇଂଲଣ୍ଡ। ଏଥିପାଇଁ ସେମାନେ ଏହି ନେଟ୍ସରେ ହିଁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି...

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଶ୍ରମିକଙ୍କ ଠାରୁ କମ୍‌ ଦରମା ପାଉଛନ୍ତି ପାକିସ୍ତାନୀ ଖେଳାଳି, ଚମକାଇଲା ରିପୋର୍ଟ

ଇସଲାମବାଦ,୧୮।୩: ଯେବେଠୁ ପାକିସ୍ତାନ କ୍ରିକେଟ ବୋର୍ଡ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିଛି, ସେବେଠାରୁ ଏହାର ଅବସ୍ଥା ଖରାପରୁ ଆହୁରି ଖରାପ ହୋଇଯାଇଛି। ଏଥିପାଇଁ ଖେଳାଳିଙ୍କ ଦରମା...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri