ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଜଗନ୍ନାଥଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେ ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ। କଡ଼ା ସୁରକ୍ଷାରେ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା।

ଗୁରୁବାର ନାଗପୁରରେ ପ୍ରଥମ ଦିନିକିଆ ଖେଳିବା ପରେ ଉଭୟ ଟିମ୍‌ ଇଣ୍ଡିଆ ଓ ଇଂଲଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ପାରମ୍ପରିକ ବାଦ୍ୟ ଓ ନୃତ୍ୟ ମଧ୍ୟରେ ଉଭୟ ଦଳକୁ ସ୍ବାଗତ କରାଯାଇଥିଲା। ସନ୍ଧ୍ୟା ୭ଟା ୪୦ ମିନିଟରେ ଭାରତ ଓ ଇଂଲଣ୍ଡ ଦଳ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୨ଟି ସ୍ବତନ୍ତ୍ର ବସ୍‌ ଯୋଗେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ମେ ଫେୟାର ହୋଟେଲକୁ ଅଣାଯାଇଥିଲା। ଉଭୟ ଦଳର ଖେଳାଳି ବିମାନବନ୍ଦର ଭିତରୁ ବସ୍‌ଯୋଗେ ବାହାରକୁ ଆସିଥିଲେ। ତେବେ କ୍ରିକେଟ ପାଇଁ ପାଗଳ ପ୍ରାୟ ପ୍ରଶଂସକମାନେ ସେମାନଙ୍କ ପ୍ରିୟ ଖେଳାଳିଙ୍କ ଟିକେ ଝଲକ ପାଇବା ପାଇଁ ବିମାନ ବନ୍ଦରଠାରୁ ଆରମ୍ଭ କରି ବିଭିନ୍ନ ଛକରେ ରାସ୍ତାର ଦୁଇପାର୍ଶ୍ୱ ଏବଂ ମେ ଫେୟାର ହୋଟେଲ ନିକଟରେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ। ମ୍ୟାଚକୁ ସଫଳତାର ସହ ଆୟୋଜନ ପାଇଁ ସରକାରୀ ସ୍ତରରୁ ଆରମ୍ଭ କରି ଓଡ଼ିଶା କ୍ରିକେଟ ଆସୋସିଏଶନ ଓ ଟୁଇନ୍‌ ସିଟିର ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ହୋଇଛି। ମ୍ୟାଚକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବାକୁ ନିଷ୍ପତ୍ତି ହୋଇଛି।
ଖେଳାଳିମାନେ ଶୁକ୍ରବାର ହୋଟେଲରେ ବିଶ୍ରାମ ନେବାପରେ ଶନିବାର ଅଭ୍ୟାସ ପାଇଁ ବାରବାଟୀ ଷ୍ଟାଡିୟମ ଯିବେ। ଉଭୟ ଦଳର ଖେଳାଳି ମେ ଫେୟାରରୁ ବାହାରି ଜାତୀୟ ରାଜପଥ ୧୬ ରସୁଲଗଡ ଦେଇ କଟକ ବାରବାଟୀ ଯିବାକୁ ରୁଟ ଲାଇନ ପ୍ରସ୍ତୁତ ହୋଇଛି। ଚୂଡ଼ାନ୍ତ ହୋଇଥିବା କାର୍ଯ୍ୟସୂଚୀ ଅନୁସାରେ ଇଂଲଣ୍ଡ ଦଳ ଅପରାହ୍ନ ୧ଟାରୁ ୪ଟା ପର୍ଯ୍ୟନ୍ତ ଅଭ୍ୟାସ କରିବ। ଏହାପରେ ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଝାଳ ବୁହାଇବ ଟିମ୍‌ ଇଣ୍ଡିଆ। ଏହି ସମୟରେ ଉଭୟ ଦଳ ପଡ଼ିଆ ଓ ପିଚ୍‌ ନିରୀକ୍ଷଣ କରିବେ। ପ୍ରଥମ ମ୍ୟାଚରେ ଭାରତ ବିଜୟୀ ହୋଇଥିବାରୁ ଏଠାରେ ସେହି ପ୍ରଦର୍ଶନ ଦୋହରାଇ ସିରିଜ ବିଜୟୀ ହେବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ନାଗପୁର ପରାଜୟର କାରଣ ଖୋଜି ତ୍ରୁଟି ସୁଧାରିବାକୁ ଚେଷ୍ଟା କରିବ ଇଂଲଣ୍ଡ। ଏଥିପାଇଁ ସେମାନେ ଏହି ନେଟ୍ସରେ ହିଁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri