Posted inଖେଳ

ସିଡନୀ ଟେଷ୍ଟ ପାଇଁ ଭାରତ ଏକାଦଶ ଘୋଷଣା: ରୋହିତ ସାମିଲ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁର ସୁଯୋଗ

ସିଡନୀ,୬।୧: ଗୁରୁବାରଠାରୁ ସିଡନୀରେ ହେବାକୁ ଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ କ୍ରିକେଟ ଦଳ ଏକାଦଶ ଘୋଷଣା କରିଛି। ଯୁବ ଫାଷ୍ଟ ବୋଲର ନବଦୀପ ସାଇନିଙ୍କୁ ଦଳରେ ସାମିଲ କରାଯାଇଛି। ସାଇନି ତାଙ୍କର ଟେଷ୍ଟ ଡେବ୍ୟୁ କରିବେ। ଭାରତର ଟି -୨୦ ଏବଂ ଦିନିକିଆ ଦଳରେ ସ୍ଥାନ ହାସଲ କରିଥିବା ସାଇନିଙ୍କୁ ପ୍ରଥମ ଥର ପାଇଁ ଧଳା ଜର୍ସିରେ ଟିମ ଇଣ୍ଡିଆ ପାଇଁ ଖେଳିବେ।

ଅଷ୍ଟ୍ରେଲିଆ ଗସ୍ତରେ ଅସଫଳ ହୋଇଥିବା ଓପନର୍‌ ମୟଙ୍କ ଅଗ୍ରୱାଲଙ୍କ ସ୍ଥାନରେ ରୋହିତ ଶର୍ମାକୁ ସାମିଲ କରାଯାଇଛି। ସେ ମେଲବର୍ଣ୍ଣରେ ଡେବ୍ୟୁ କରିଥିବା ଶୁଭମାନ ଗିଲଙ୍କ ସହ ଓପନିଂ କରିବେ। ଏଥିସହିତ ଆହତ ଉମେଶ ଯାଦବଙ୍କ ସ୍ଥାନରେ ନବଦୀପ ସାଇନିଙ୍କୁ ଏକାଦଶରେ ସ୍ଥାନିତ କରାଯାଇଛି। ଉମେଶଙ୍କ ସ୍ଥାନରେ ଟି ନଟରାଜନଙ୍କୁ ଟେଷ୍ଟ ଦଳରେ ଅନ୍ତର୍ଭୁକ୍ତ କରାଯିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ନବଦୀପ ସାଇନିଙ୍କୁ ସୁଯୋଗ ମିଳିଛି। ଏହାଛଡ଼ା ଦୁଇ ସ୍ପିନ ବୋଲର ରବିନ୍ଦ୍ର ଜାଡେଜା ଏବଂ ରବିଚନ୍ଦ୍ରନ ଅଶ୍ୱିନ୍‌ ସହ ଭାରତ ପୁଣି ଥରେ ପଡ଼ିଆକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। ଦ୍ରୁତ ବୋଲିଂର ଦାୟିତ୍ୱ ଜସପ୍ରୀତ ବୁମ୍‌ରା, ମହମ୍ମଦ ସିରାଜ ଏବଂ ନବଦୀପ ସାଇନିଙ୍କ କାନ୍ଧରେ ରହିବ।

ସିଡନୀ ପରୀକ୍ଷା ପାଇଁ ଭାରତୀୟ ଏକାଦଶ:
ଶୁଭମାନ ଗିଲ, ରୋହିତ ଶର୍ମା (ଉପ-ଅଧିନାୟକ), ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ (ଅଧିନାୟକ), ହନୁମା ବିହାରୀ, ରିଷଭ ପନ୍ତ (ଉଇକେଟ କିପର), ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶିନ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, ନବଦୀପ ସାଇନି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri