ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି

ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ ସଂସ୍କୃତିର ଭାବବୋଧକୁ ଆପଣେଇବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି। ଗୁରୁବାର ରାଜଭବନରେ ଆୟୋଜିତ ଜନଜାତୀୟ ଗୌରବ ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର ଲାଲ କହିଲେ, ବିର୍ସା ମୁଣ୍ଡା ହେଉଛନ୍ତି ଜନଜାତି ସ୍ପର୍ଦ୍ଧା, ଶୌର୍ଯ୍ୟ, ସ୍ବାଭିମାନ ଓ ଚେତନାର ପ୍ରତୀକ। ଜୀବନର ସ୍ବଳ୍ପତା ନୁହେଁ, କର୍ମର ବିଶାଳତା ହିଁ ଜୀବନକୁ ଅର୍ଥପୂର୍ଣ୍ଣ କରିଥାଏ, ଯାହା ତାଙ୍କ ଜୀବନରେ ପ୍ରତିଫଳିତ। ଓଡ଼ିଶାର ପରିଚିତି ଓ ଅସ୍ମିତାକୁ ଜନଜାତିଙ୍କର ବିଶେଷ ଅବଦାନ ରହିଛି। ସେମାନଙ୍କର ବିକାଶରେ ହିଁ ରାଜ୍ୟର ବିକାଶ ବୋଲି ରାଜ୍ୟପାଳ କହିଛନ୍ତି। ଏମ୍‌ପି ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଜନଜାତିଙ୍କ ବିକାଶ ନିମନ୍ତେ ଶିକ୍ଷାକୁ ପ୍ରମୁଖ ଉତ୍‌ପ୍ରେରକ ଭାବରେ ବର୍ଣ୍ଣନା କରି ଜନଜାତି ପିଲାଙ୍କ ମଧ୍ୟରେ ପ୍ରତିଭାର ପ୍ରାବଲ୍ୟ ରହିଥିବା ପ୍ରକାଶ କରିଥିଲେ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା ଜନଜାତିଙ୍କ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ କହିଥିଲେ। ‘ସ୍ବାଧୀନତା ସଂଗ୍ରାମରେ ଜନଜାତିଙ୍କ ଅବଦାନ’ ଶୀର୍ଷକ ବିର୍ସା ମୁଣ୍ଡା ସ୍ମାରକୀ ବକ୍ତୃତା ପ୍ରଦାନ କରି ପଦ୍ମଶ୍ରୀ ଡ. ଦମୟନ୍ତୀ ବେସ୍ରା କହିଲେ, ସ୍ବାଧୀନ ଚେତନା ଜନଜାତିଙ୍କ ସହଜାତ ପ୍ରବୃତ୍ତି। ଅନ୍ୟାୟ ଓ ଅନୀତି ବିରୋଧରେ ତାଙ୍କ ସଂଗ୍ରାମରେ ଭାରତର ଇତିହାସ ରୁଦ୍ଧିମନ୍ତ। ଏହାର ଠିକ୍‌ ଆକଳନ ଓ ମୂଲ୍ୟାୟନ ହେବା ଦରକାର। କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଓ ରାଜଭବନର ବରିଷ୍ଠ ଅଧିକାରୀଙ୍କ ସହ ଜନଜାତି ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଲୋକସମ୍ପର୍କ ଅଧିକାରୀ ରକ୍ଷକ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri