ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି

ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ ସଂସ୍କୃତିର ଭାବବୋଧକୁ ଆପଣେଇବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି। ଗୁରୁବାର ରାଜଭବନରେ ଆୟୋଜିତ ଜନଜାତୀୟ ଗୌରବ ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର ଲାଲ କହିଲେ, ବିର୍ସା ମୁଣ୍ଡା ହେଉଛନ୍ତି ଜନଜାତି ସ୍ପର୍ଦ୍ଧା, ଶୌର୍ଯ୍ୟ, ସ୍ବାଭିମାନ ଓ ଚେତନାର ପ୍ରତୀକ। ଜୀବନର ସ୍ବଳ୍ପତା ନୁହେଁ, କର୍ମର ବିଶାଳତା ହିଁ ଜୀବନକୁ ଅର୍ଥପୂର୍ଣ୍ଣ କରିଥାଏ, ଯାହା ତାଙ୍କ ଜୀବନରେ ପ୍ରତିଫଳିତ। ଓଡ଼ିଶାର ପରିଚିତି ଓ ଅସ୍ମିତାକୁ ଜନଜାତିଙ୍କର ବିଶେଷ ଅବଦାନ ରହିଛି। ସେମାନଙ୍କର ବିକାଶରେ ହିଁ ରାଜ୍ୟର ବିକାଶ ବୋଲି ରାଜ୍ୟପାଳ କହିଛନ୍ତି। ଏମ୍‌ପି ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଜନଜାତିଙ୍କ ବିକାଶ ନିମନ୍ତେ ଶିକ୍ଷାକୁ ପ୍ରମୁଖ ଉତ୍‌ପ୍ରେରକ ଭାବରେ ବର୍ଣ୍ଣନା କରି ଜନଜାତି ପିଲାଙ୍କ ମଧ୍ୟରେ ପ୍ରତିଭାର ପ୍ରାବଲ୍ୟ ରହିଥିବା ପ୍ରକାଶ କରିଥିଲେ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା ଜନଜାତିଙ୍କ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ କହିଥିଲେ। ‘ସ୍ବାଧୀନତା ସଂଗ୍ରାମରେ ଜନଜାତିଙ୍କ ଅବଦାନ’ ଶୀର୍ଷକ ବିର୍ସା ମୁଣ୍ଡା ସ୍ମାରକୀ ବକ୍ତୃତା ପ୍ରଦାନ କରି ପଦ୍ମଶ୍ରୀ ଡ. ଦମୟନ୍ତୀ ବେସ୍ରା କହିଲେ, ସ୍ବାଧୀନ ଚେତନା ଜନଜାତିଙ୍କ ସହଜାତ ପ୍ରବୃତ୍ତି। ଅନ୍ୟାୟ ଓ ଅନୀତି ବିରୋଧରେ ତାଙ୍କ ସଂଗ୍ରାମରେ ଭାରତର ଇତିହାସ ରୁଦ୍ଧିମନ୍ତ। ଏହାର ଠିକ୍‌ ଆକଳନ ଓ ମୂଲ୍ୟାୟନ ହେବା ଦରକାର। କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଓ ରାଜଭବନର ବରିଷ୍ଠ ଅଧିକାରୀଙ୍କ ସହ ଜନଜାତି ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଲୋକସମ୍ପର୍କ ଅଧିକାରୀ ରକ୍ଷକ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri