ଭାରତୀୟ ମୁଦ୍ରା ସର୍ବକାଳୀନ ସର୍ବନିମ୍ନ ସ୍ତରରେ, ଫେଡେରାଲ ରିଜର୍ଭ ନିଷ୍ପତ୍ତି ପରେ ୮୦.୪୫ ସ୍ତରରେ…

ନୂଆଦିଲ୍ଲୀ, ୨୨।୯ : ଭାରତୀୟ ମୁଦ୍ରା ସର୍ବକାଳୀନ ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଗୁରୁବାର ଦିନ ଏହା ଆମେରିକୀୟ ଡଲାର ତୁଳନାରେ ୮୦.୨୮ସ୍ତରରେ ଖୋଲିଛି। ଏହାପୂର୍ବରୁ ବୁଧବାର ଏହା ୭୯.୯୮ରେ ବନ୍ଦ ହୋଇଥିଲା। ବୁଧବାର ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୮୦.୪୫ ଛୁଇଁଥିଲା। ଅପରପକ୍ଷରେ, ଗତ ୨୦ବର୍ଷ ମଧ୍ୟରେ ଡଲାରର ଏହା ସବୁଠୁ ବଡ ବୃଦ୍ଧି ବୋଲି କୁହାଯାଉଛି।

ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରାଲ ରିଜର୍ଭ ସୁଧ ହାରକୁ ୦.୭୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛି। କ୍ରମାଗତ ତୃତୀୟ ବୃଦ୍ଧି ପରେ ବ୍ୟାଙ୍କର ବେଞ୍ଚମାର୍କ ପାଣ୍ଠି ହାର ୩ ରୁ ୩.୨୫ କୁ ବୃଦ୍ଧି ପାଇଛି। ୨୦୨୩ ସୁଦ୍ଧା ସୁଧ ହାର ୪.୬ ପ୍ରତିଶତକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଭାରତ ସମେତ ସମଗ୍ର ବିଶ୍ୱ ଉପରେ ଏହାର ପ୍ରଭାବ ପଡିପାରେ।

ଏହି କାରଣରୁ ଶେୟାର ବଜାରରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଶେୟାର ବଜାର ଦିନର ନିମ୍ନ ସ୍ତରରେ ବୁଧବାର ବନ୍ଦ ହୋଇଥିଲା। ଡୋ ଜୋନ୍ସ ୩୦୧୮୪ ସ୍ତରରେ ବନ୍ଦ ହେବା ସହିତ ୫୨୨ ପଏଣ୍ଟ ହ୍ରାସ ପାଇଛି। ଅପରପକ୍ଷରେ ନାସଡାକ ୨୦୫ ପଏଣ୍ଟ ହରାଇ ୧୧,୨୨୦ ପଏଣ୍ଟରେ ବନ୍ଦ ହୋଇଯାଇଛି। ଏସ ଆଣ୍ଡ ପି ମଧ୍ୟ ୨ ପ୍ରତିଶତ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri